ପ୍ରମୁଖ ଖବର

ଫିଲିପାଇନ୍ସରେ ମିସେସ୍ ୟୁନିଭର୍ସ ଗ୍ଲୋବାଲ ବିଜେତା ହେଲେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ମାନସିକ ରୋଗ ବିଶେଷଜ୍ଞ
ଦିଲ୍ଲୀରେ ଏନକାଉଣ୍ଟର: ୪ଗ୍ୟାଙ୍ଗଷ୍ଟାର ନିହତ
ଇଣ୍ଡି ମେଣ୍ଟରେ ହେଲା ବୁଝାମଣା, ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
ପୀତବାସ ପଣ୍ଡା ହତ୍ୟା ମାମଲା, ଆଉ ଜଣେ ଅଭିଯୁକ୍ତ ଗିରଫ
ଭୁବନେଶ୍ୱରରେ ହେବ ଆଇଆରସି ଅଧିବେଶନ: ଯୋଗଦେବେ ନୀତିନ ଗଡକରୀ

ମୌସୁମୀ ବାୟୁ ସକ୍ରିୟ ପାଇଁ ପାଗ ଅନୁକୂଳ

0

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଏଥିପାଇଁ ପାଣିପାଗ ଅନୁକୂଳ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳ କୁ ବିସ୍ତାରିତ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତକାଲି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତ୍ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ବାୟୁମଣ୍ଡଳ ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ରହିଛି।

ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା ଓ ପାର୍ଶ୍ଵବର୍ତ୍ତୀ ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାର ଅଳ୍ପ କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅନ୍ୟ ସ୍ଥାନରେ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି କୋରାପୁଟ, ମାଲକାନଗିରି, ରାୟଗଡ଼ା ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାର ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, କେଉଁଝର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.