ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବଢିଲା ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଭତ୍ତା

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ଟ୍ରେନିଙ୍ଗ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ ହେବ।

ଓଡିଶାରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍ ଅଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁ ହେବ।

Leave A Reply

Your email address will not be published.