ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବିମାନ କ୍ରାସ ଘଟଣାରେ ୫ ଡାକ୍ତରୀ ଛାତ୍ର ମୃତ

0

ଅହମଦାବାଦ: ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୨୪୨ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏପରିକି ଦୁର୍ଘଟଣାରେ ୫ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ଜଣ UG ଡାକ୍ତରୀ ଛାତ୍ର ହୋଇଥିବା ବେଳେ ଜଣେ PG ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଉ କିଛି ଡାକ୍ତରୀ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ମଧ୍ୟାହ୍ନ ଭୋଜନ କରିବା ବେଳେ ଛାତରେ ବିମାନଟି ଖସି ପଡିଥିଲା।

କମିଶନର ଜିଏସ୍‌ ମଲିକ କହିଛନ୍ତି, ବିମାନ ଦୁର୍ଘଟଣାରୁ କେହି ବଞ୍ଚି ନାହାଁନ୍ତି ବୋଲି ମନେ ହେଉଛି। ସେ କହିଛନ୍ତି, ବିମାନଟି ଆବାସିକ ଅଞ୍ଚଳ ବିଜେ ମେଡିକାଲ କଲେଜ ହଷ୍ଟେଲ ଉପରେ ପଡ଼ିଥିବା ଫଟୋ ସାମ୍ନାକୁ ଆସିଥିବା ପ୍ରକାଶ କରିଛନ୍ତି।

ବର୍ତ୍ତମାନ, NDRFର ୩ଟି ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ଏହା ବ୍ୟତୀତ NDRFର ଦୁଇଟି ଟିମ ଭଦୋଦରାରୁ ଅହମ୍ମଦାବାଦ ଅଭିମୁଖେ ଯାତ୍ରା କରିଛନ୍ତି। ଅହମ୍ମଦାବାଦର ସିଭିଲ ହସ୍ପିଟାଲ ପର୍ଯ୍ୟନ୍ତ ଏକ ଗ୍ରିନ କରିଡର ସୃଷ୍ଟି କରାଯାଇଛି। ଆହତମାନଙ୍କୁ ସେଠାରେ ଭର୍ତ୍ତି କରାଯାଉଛି। ଅହମ୍ମଦାବାଦର ମ୍ୟୁନିସିପାଲ କମିଶନର ଏବଂ ପୋଲିସ କମିଶନର ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି।

Leave A Reply

Your email address will not be published.