ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଯାଜପୁରରେ ଝାଡ଼ାବାନ୍ତି ଅଣାୟତ୍ତ; ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା

0

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଯାହାକି ବର୍ତ୍ତମାନ ମହାମାରୀର ରୂପ ନେଲାଣି। ବିଶେଷକରି ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି।

ଗତକାଲି ୭ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁତର ଅବସ୍ଥାରେ ଅଧିକ ଚିକିତ୍ସା ନିମନ୍ତେ ଯାଜପୁର ବ୍ଲକ ଖଇରାବାଦ ପଞ୍ଚାୟତ ହଜାରି ସାହି ଗ୍ରାମର ଅନିଲ ସିଂ(୪୭)ଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁବାର ଚିକିତ୍ସିତ ଅବସ୍ଥାରେ ଦଶରଥପୁର ବ୍ଲକ ଚିତାଳୋ ପଞ୍ଚାୟତ ଝାଡ଼ଗାଁ ଗ୍ରାମର ପବିତ୍ରା ଦାଶ(୪୫) ଓ ଯାଜପୁର ବ୍ଲକ ଭୁଇଁପୁର ପଞ୍ଚାୟତ ମଲପଡ଼ା ଗ୍ରାମର ସେବତୀ ଘଡ଼େଇ (୭୫)ଙ୍କ ମୃତ୍ୟୁ ଘଟିଛି। ଏବେ ବି ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ୧୧୧ ଜଣ ଝାଡ଼ାବାନ୍ତି ଆକ୍ରାନ୍ତ ରୋଗୀ ଚିକିତ୍ସିତ ହେଉଛନ୍ତି।

ଗୁରୁବାର ୩୭ଜଣ ନୂତନ ରୋଗୀ ଚିକିତ୍ସିତ ହେଉଛନ୍ତି ବୋଲି ସାମ୍ବାଦିକ ସମ୍ମିଳନୀରେ ସ୍ୱାସ୍ଥ୍ୟ ସଚିବ ଏସ୍‌‌. ଆଶ୍ୱସ୍ଥି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଜିଲ୍ଲାରେ ୨୮୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଅଧିକ ଚିକିତ୍ସା ନିମନ୍ତେ ୧୦ଜଣ ରୋଗୀଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଗୁରୁବାର ଏ ନେଇ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସ୍ୱାସ୍ଥ୍ୟ ସଚିବ ଏସ୍‌‌ ଆଶ୍ୱସ୍ଥି ସୂଚନା ଦେଇଥିଲେ।

Leave A Reply

Your email address will not be published.