ପ୍ରମୁଖ ଖବର

ମୌସୁମୀ ବାୟୁ ସକ୍ରିୟ ପାଇଁ ପାଗ ଅନୁକୂଳ
ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ ଉଦ୍ଧାର
ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଦେବ ଟାଟା ଗ୍ରୁପ
ବିମାନ କ୍ରାସ ଘଟଣାରେ ୫ ଡାକ୍ତରୀ ଛାତ୍ର ମୃତ
ବିମାନ କ୍ରାସ: ମୃତକଙ୍କ ହେବ ଡିଏନ୍‌ଏ ପରୀକ୍ଷା
ଭୁବନେଶ୍ୱରରୁ ଆବୁଧାବି ଉଡ଼ିଲା ବିମାନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଯାଜପୁର ଝାଡ଼ାବାନ୍ତିରେ ଆଉ ୨ ମୃତ
ଅହମ୍ମଦାବାଦରେ ଭୟଙ୍କର ବିମାନ ଦୁର୍ଘଟଣା
ଯୁକ୍ତ ୩ ନାମ ଲେଖା ପାଇଁ ଆସିଲା ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ଲିଷ୍ଟ

ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ ଉଦ୍ଧାର

0

ଅହମ୍ମଦାବାଦ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମାତ୍ର ଜଣଙ୍କର ହିଁ ଜୀବନ ବଞ୍ଚିଯାଇଛି। ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣା ସମୟରେ ବିମାନରେ ପ୍ରାୟ ୨୪୨ ଜଣ ଲୋକ ଥିଲେ। ଆଉ ଏଥି ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମାତ୍ର ଜଣଙ୍କର ହିଁ ଜୀବନ ବଞ୍ଚିଯାଇଛି। ଏତେ ବଡ଼ ଦୁର୍ଘଟଣାରୁ ମାତ୍ର ଜଣେ ଯାତ୍ରୀ ହିଁ ଜୀବିତ ରହିଛନ୍ତି।

ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ସେହି ଯାତ୍ରୀଙ୍କ ନାମ ବିଶ୍ଵାସ କୁମାର ଏବଂ ତାଙ୍କ ବୟସ ୩୮ ବର୍ଷ। ସେ ବିମାନରେ ୧୧-ଏ ଆସନରେ ବସି ଯାତ୍ରା କରୁଥିଲେ।

ତେବେ ସେହି ବ୍ୟକ୍ତି ଜଣଙ୍କୁ ଯେଉଁ ସମୟରେ ହସ୍ପିଟାଲ ଯାଉଥିଲେ ସେହି ସମୟର ଭିଡିଓ ମଧ୍ୟ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଏମିତି କି ଭିଡିଓରେ ସେ କିପରି ଏହି ଭୟଙ୍କର ଦୁର୍ଘଟଣାରୁ ବର୍ତ୍ତିଲେ ସେ କଥା ମଧ୍ୟ କହୁଥିବାର ଦେଖିବାକୁ ମିଳୁଛି। ତେବେ ହସ୍ପିଟାଲରେ ବର୍ତ୍ତମାନ ରମେଶଙ୍କର ଚିକିତ୍ସା ଚାଲିଛି।

Leave A Reply

Your email address will not be published.