ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଦେବ ଟାଟା ଗ୍ରୁପ

0

ଗୁଜରାଟ: ଗୁଜରାଟର ଅହମ୍ମଦାବାଦରେ ଗୁରୁବାର ଘଟିଥିବା ବଡ଼ ଧରଣର ବିମାନ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଇଛି। ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଆଉ ଏଥି ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମାତ୍ର ଜଣଙ୍କର ହିଁ ଜୀବନ ବଞ୍ଚିଯାଇଛି। ଦୁର୍ଘଟଣାସ୍ଥଳକୁ ବିଏସଏଫ ଏବଂ ଏନଡିଆରଏଫ ଦଳ ପଠାଯାଇଛି। ତେବେ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ଟାଟା ଗ୍ରୁପ ପକ୍ଷରୁ ଘୋଷଣା କରାଯାଇଛି।

ଏୟାରଇଣ୍ଡିଆର ମାଲିକାନା ଟାଟା ଗ୍ରୁପ ହାତରେ ରହିଥିବାରୁ କମ୍ପାନୀ ପକ୍ଷରୁ ଏହି ଘୋଷଣା କରାଯାଇଛି। ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ଟାଟା ବହନ କରିବ। ସେହିପରି ଦୁର୍ଘଟଣାସ୍ଥଳରେ କ୍ଷତିଗ୍ରସ୍ତ ହୋଇଥିବା କୋଠାର ପୁନଃନିର୍ମାଣ କରାଯିବା ନେଇ ମଧ୍ୟ କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏହା ସହିତ, ସମସ୍ତ ଆହତଙ୍କ ଖର୍ଚ୍ଚ ମଧ୍ୟ ବହନ କରି ବ। ସେହି ସମୟରେ, ଟାଟା ଗ୍ରୁପ୍ ବିଜେ ମେଡିକାଲ କଲେଜର ହଷ୍ଟେଲକୁ ମଧ୍ୟ ପୁନଃନିର୍ମାଣ କରିବ।

ଅହମ୍ମଦାବାଦ ବିମାନ ଦୁର୍ଘଟଣା ଉପରେ ଟାଟା ସନ୍ସର ଅଧ୍ୟକ୍ଷ ଏନ. ଚନ୍ଦ୍ରଶେଖରନ କହିଛନ୍ତି, “ଆମେ ଏହି ଦୁର୍ଘଟଣା ପାଇଁ ବହୁତ ଦୁଃଖିତ। ଏହି ଘଟଣାକୁ ଶବ୍ଦରେ ବର୍ଣ୍ଣନା କରାଯାଇପାରିବ ନାହିଁ । କେହି ଏହାକୁ କ୍ଷତିପୂରଣ ଦେଇପାରିବେ ନାହିଁ। ଏହି ଦୁର୍ଘଟଣାରେ ଆମେ ଅନେକ ପ୍ରିୟଜନଙ୍କୁ ହରାଇଛୁ।”

Leave A Reply

Your email address will not be published.