ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ରିପୋର୍ଟ ଅନୁଯାୟୀ, ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ସ୍ପଷ୍ଟ କରାଯାଇଛି ।
ଏହା ସହ ଜିଲ୍ଲାର ଚାରୋଟି ବ୍ଲକ ଓ ଦୁଇଟି ପୌରାଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ଅତିକ୍ରମ କରିଛି। ଓଡ଼ିଶା ସରକାର ବର୍ଷାକାଳୀନ ରୋଗ ଯେପରିକି ହଇଜା, ଡାଇରିଆ, ଜଣ୍ଡିସ୍, ମ୍ୟାଲେରିଆ ଏବଂ ଡେଙ୍ଗୁକୁ ରୋକିବା ଏବଂ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ତ୍ୱରାନ୍ୱିତ କରିଛନ୍ତି। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଅଧିକାରୀମାନେ ଜଳବାହିତ ରୋଗର ବୃଦ୍ଧି ପାଉଥିବା ମାମଲାଗୁଡ଼ିକର ମୁକାବିଲା ପାଇଁ ରଣନୀତି ଉପରେ ଆଲୋଚନା କରିଥିଲେ। ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଏହି ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଆପ୍ରାଣ ଚେଷ୍ଟା କରୁଛି। ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ (ସିଡିଏମଓ) କହିଛନ୍ତି ଯେ, ସ୍ଥିତି ଧୀରେ ଧୀରେ ସୁଧୁରୁଛି ଏବଂ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ପରିଷ୍କାର ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ଶିକ୍ଷା, ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଜାରି ରହିଛି।
ପ୍ରମୁଖ ଖବର
ସାମୁଦ୍ରିକ ଭିତ୍ତିଭୂମି ବିକାଶର ନୂଆ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ
ଆଗାମୀ କିଛି ବର୍ଷରେ ଦେଶର ଅଗ୍ରଣୀ ଔଦ୍ୟୋଗିକ ହବ୍ ପାଲଟିବ ପାରାଦୀପ
ବିଶ୍ୱ ଦରବାରରେ ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରୁଛି ବୋଇତ ବନ୍ଦାଣ ପରମ୍ପରା
ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ
ପୂର୍ବ ଏସିଆର ଗେଟ୍-ୱେ ଭାବେ ଓଡ଼ିଶାର ପରିଚୟ ସୁଦୃଢ଼ ହେଉଛି
ପାନୀୟ ଜଳର ମାନ ନେଇ ବିସଲେରି ଅଡୁଆରେ, FSSAI ନେଲା କାର୍ଯ୍ୟାନୁଷ୍ଠାନ
ଆୟୁଷ୍ମାନ ଯୋଜନାରେ ଅଢ଼େଇ ବର୍ଷରେ ୨୫ ଲକ୍ଷରୁ ଅଧିକ ରୋଗୀଙ୍କୁ ଚିକିତ୍ସା
ଏସିଆରେ ତୃତୀୟ ସ୍ଥାନରେ ଭାରତ, ମୋଦିଙ୍କୁ ନେଇ ରିପୋର୍ଟରେ ଉଲ୍ଲେଖ