ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଡାଇରିଆ ଆତଙ୍କ ପରେ ଯାଜପୁରରେ ଛୁଟି ବାତିଲ୍‌

0

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ କରାଯାଇଛି। କାଲିଠୁ ୧୬ ତାରିଖ ଯାଏଁ ଛୁଟି ବାତିଲ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହାରି ମଧ୍ୟରେ ସମସ୍ତ ଅଫିସ୍ ଖୋଲା ରହିବ। ପୂର୍ବରୁ ଦିଆଯାଇଥିବା ଛୁଟି ମଧ୍ୟ ବାତିଲ୍ କରାଯାଇଛି। ଏହା ବ୍ୟତୀତ ଛୁଟି ଅନୁମତି ମଧ୍ୟ ଦିଆଯିବନି ବୋଲି କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ଯାଜପୁରର ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି। ଜିଲ୍ଲାରେ ୨୮୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି।

Leave A Reply

Your email address will not be published.