ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଡାଇରିଆ ଆତଙ୍କ ପରେ ଯାଜପୁରରେ ଛୁଟି ବାତିଲ୍‌

0

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ କରାଯାଇଛି। କାଲିଠୁ ୧୬ ତାରିଖ ଯାଏଁ ଛୁଟି ବାତିଲ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହାରି ମଧ୍ୟରେ ସମସ୍ତ ଅଫିସ୍ ଖୋଲା ରହିବ। ପୂର୍ବରୁ ଦିଆଯାଇଥିବା ଛୁଟି ମଧ୍ୟ ବାତିଲ୍ କରାଯାଇଛି। ଏହା ବ୍ୟତୀତ ଛୁଟି ଅନୁମତି ମଧ୍ୟ ଦିଆଯିବନି ବୋଲି କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ଯାଜପୁରର ଧର୍ମଶାଳା, କୋରେଇ, ଯାଜପୁର ବ୍ଲକ ଓ ବ୍ୟାସନଗରରେ ଝାଡ଼ା ବାନ୍ତିରେ ବହୁ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ସେଥିମଧ୍ୟରୁ ୧୦ଜଣଙ୍କ ଜୀବନ ଗଲାଣି। ଜିଲ୍ଲାରେ ୨୮୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି।

Leave A Reply

Your email address will not be published.