ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବୋଲେରୋ-ଟ୍ରକ୍‌ ମୁହାଁମୁହିଁ

0

ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଖଜୁରିପଡ଼ାଠାରେ ଶନିବାର ଭୋର୍‌ ସମୟରେ ଏକ ବୋଲେରୋ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି।

ସୂଚନା ମୁତାବକ ବରଗଡ଼ ଜିଲା ସରଣ୍ଡା ପାଲିର ୧୦ ଜଣ ପୁରୀରୁ ଫେରୁଥିବା ବେଳେ ବୌଦ୍ଧ ପଟୁ ଚାରିଛକ ଆଡ଼କୁ ଏକ ଟ୍ରକ୍‌ ଯାଉଥିବା ବେଳେ ଜାତୀୟ ରାଜପଥର ଖଜୁରିପଡ଼ା ସ୍କୁଲ ଆଗରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବୋଲେରେ ଥିବା ୧୦ ଯାତ୍ରୀଙ୍କ ମଧ୍ୟରୁ ଜଣେ ଯୁବକଙ୍କ ଘଟଣା ସ୍ଥାନରେ ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ମୃତ ଯୁବକଙ୍କ ନାମ ଟୁନା ପ୍ରଧାନ(୨୪) ବୋଲି ଜଣାପଡ଼ିଛି। ସଙ୍ଗେ ସଙ୍ଗେ ଆହତ ମନକୁ ବୌଦ୍ଧ ମେଡିକାଲକୁ ସ୍ଥାନୀୟ ଲୋକମାନେ ପଠାଇଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ରାସ୍ତା ଅବରୋଧ କରିଥିଲେ। ବୌଦ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।

Leave A Reply

Your email address will not be published.