ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ୨୦ ତାରିଖରେ ଖୋଲିବ ସମସ୍ତ ସ୍କୁଲ। ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ। ପ୍ରବଳ ଖରା ପାଇଁ ଏପ୍ରିଲ ୨୩ ରୁ ରାଜ୍ୟ ସରକାର ଖରା ଛୁଟି ଘୋଷଣା କରିଥିଲେ। ଆସନ୍ତା ୨୦ରୁ ଖୋଲିବ ସ୍କୁଲ।
ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ ଉପରେ ଗୁରୁତ୍ବ ଦିଆଯାଇଛି। ବିଦ୍ୟାଳୟ ଖୋଲିବାର ଦିନକ ପୂର୍ବରୁ ଅର୍ଥାତ ୧୯ ତାରିଖରେ ଶିକ୍ଷକ, କର୍ମଚାରୀ, ପାଚିକା ଏବଂ ସହାୟିକାଙ୍କୁ କାର୍ଯ୍ୟରେ ଯୋଗଦେବାକୁ ନିର୍ଦେଶ ଦିଆଯାଇଛି। ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ଝାଡ଼ାବାନ୍ତି ଗୋଟିଏ ପରେ ଗୋଟିଏ ଜିଲାକୁ ବ୍ୟାପୁଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣର ଭୟ ମଧ୍ୟ ରହିଛି। ଏବେ ବିଦ୍ୟାଳୟଗୁଡ଼ିକ ବନ୍ଦ ଥିବାରୁ ଅଭିଭାବକମାନେ ଆଶ୍ବସ୍ତ ଅଛନ୍ତି। ୨୦ରୁ ବିଦ୍ୟାଳୟ ଖୋଲିବା ପରେ ଏ ଦିଗରେ ଅଧିକ ଯତ୍ନବାନ ହେବାର ଆବଶ୍ୟକତା ରହିଛି।
ଶିଶୁବାଟିକାରୁ ଦଶମ ଶ୍ରେଣୀ ଯାଏ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ। ତେଣୁ ନିୟମିତ ଭାବରେ ଏହାର ମାନ ଯାଞ୍ଚ କରିବେ ଅଭିଭାବକମାନେ। ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ମାନ ପରଖିବେ ଅଭିଭାବକ। ଯେପରି ପିଲାଙ୍କ ମଧ୍ୟାହ୍ନ ଭୋଜନର ଗୁଣବତ୍ତାରେ ହ୍ରାସ ନ ହୁଏ ସେନେଇ ଧ୍ୟାନ ଦିଆଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଥିଲା ।
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍