ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

0

ବଲାଙ୍ଗୀର: ଆଜି ବଲାଙ୍ଗୀର ସ୍ଥାନୀୟ ପଥର ଚେପା ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଯେଉଁଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୩୦ ହଜାର ଚାଷୀ ଅଂଶ ଗ୍ରହଣ କରିଥିଲେ। ତେବେ ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। କୃଷି ଓ କୃଷକର ବିକାଶ ପାଇଁ ଯାହା କଥା ଦେଇଥିଲେ ତାହା କରିକି ଦେଖାଇଥିବାର ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ରାଜ୍ୟରେ ପ୍ରଥମ ଥର ପାଇଁ କୃଷି ଓ କୃଷକର ବିକାଶ ପାଇଁ ୩୮ ହଜାର ୯୦୦ କୋଟି ଟଙ୍କାର ବଜେଟ ପ୍ରସ୍ତୁତ ହୋଇଥିବାର ଘୋଷଣା କରିଛନ୍ତି। ଏହି ବଜେଟରେ ଜଳସେଚନକୁ ଗୁରୁତ୍ୱ ଦେବା ସହ ସାର ବିହନ ମୃତ୍ତିକା ସଂରକ୍ଷଣ ସହିତ ଚାଷୀଙ୍କୁ ସବୁ ସାହାଯ୍ୟ ଯୋଗାଇ ଦିଆଯିବ।

ସେ ଆହୁରି କହିଛନ୍ତି, ‘ଆଜି ଆମ ଦେଶ ତା’ର ଅନନ୍ୟ କୃଷି ପ୍ରଣାଳୀ ପାଇଁ ସାରା ବିଶ୍ଵରେ ପ୍ରଶଂସିତ। ଆମ ରାଜ୍ୟର ପ୍ରାୟ ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଏବଂ ଆନୁଷଙ୍ଗିକ କୃଷି କାର୍ଯ୍ୟ ଉପରେ ନିର୍ଭରଶୀଳ। ମେ’ ମାସ ସୁଦ୍ଧା ୭୮ ହଜାର ୬୮୧ କୃଷି ଯନ୍ତ୍ରପାତି ଯୋଗାଣ କରାଯାଇ ସେ ବାବଦକୁ ଡ଼ିବିଟି ମାଧ୍ୟମରେ ୪୫୯.୬୮ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି l ରାଜ୍ୟରେ କୃଷିର ବିକାଶ ପାଇଁ ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ।

ଏହି ଅବସରରେ ବଲାଙ୍ଗୀରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୀର୍ଘ ଦିନରୁ ଦାବି ହୋଇ ଆସୁଥିବା ଚିନି କଳ ପୁନଃ କାର୍ଯ୍ୟକ୍ଷମ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଓଡ଼ିଶା ପାଇଁ ରାଜ୍ୟ ସରକାର ଲୋକାଭିମୁଖୀ ଯୋଜନା ଆଣିଛନ୍ତି ଓ ଆଗକୁ ଆଣିବେ। ଯାହାଦ୍ୱାରା ବିକଶିତ ଓଡିଶା ଗଠନ ହେବ। ଏହାର ମଙ୍ଗୁଆଳ କୃଷକ ହେବେ ବୋଲି ଆଜିର ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Leave A Reply

Your email address will not be published.