ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସାପ କାମୁଡ଼ାରେ ନାବାଳକ ମୃତ

0

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଏକ ଅଭାବନୀୟ ଘଟଣା ଘଟିଛି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ବଡଦ୍ୱାରସାହିର ମୃତ ସୁରେନ୍ଦ୍ର କୌଶଲ୍ୟାଙ୍କ ସାନ ପୁଅ ବେଲଧର କୌଶଲ୍ୟା ଓରଫ ନିକିତ(୧୫)ଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି।
ସୋମବାର ରାତିରେ ପରିବାର ଲୋକେ ଖାଇ ଶୋଇଥିବାବେଳେ ବିଳମ୍ବିତ ରାତିରେ ଏକ ବିଷଧର ସାପ ବେଲଧରଙ୍କ ପେଟରେ ଚୋଟ ମାରିଥିଲା। କିଛି ସମୟ ପରେ ତାଙ୍କ ଛାତି ବ୍ୟଥା ହେବାରୁ ସଙ୍ଗେ ସଙ୍ଗେ ପରିବାର ଲୋକେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରି ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଖବର ପାଇ ପୁଲିସ ଏସଆଇ ହେମନ୍ତ କୁମାର ବରିହା ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ରୁଜୁ କରିବା ପରେ ବ୍ୟବଛେଦ କରି ପରିବାରକୁ ମୃତଦେହ ହସ୍ତାନ୍ତର କରିଥିଲେ। ଏହି ଖବର ପ୍ରଚାରିତ ହେବାପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Leave A Reply

Your email address will not be published.