ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ସାପ କାମୁଡ଼ାରେ ନାବାଳକ ମୃତ

0

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଏକ ଅଭାବନୀୟ ଘଟଣା ଘଟିଛି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ବଡଦ୍ୱାରସାହିର ମୃତ ସୁରେନ୍ଦ୍ର କୌଶଲ୍ୟାଙ୍କ ସାନ ପୁଅ ବେଲଧର କୌଶଲ୍ୟା ଓରଫ ନିକିତ(୧୫)ଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି।
ସୋମବାର ରାତିରେ ପରିବାର ଲୋକେ ଖାଇ ଶୋଇଥିବାବେଳେ ବିଳମ୍ବିତ ରାତିରେ ଏକ ବିଷଧର ସାପ ବେଲଧରଙ୍କ ପେଟରେ ଚୋଟ ମାରିଥିଲା। କିଛି ସମୟ ପରେ ତାଙ୍କ ଛାତି ବ୍ୟଥା ହେବାରୁ ସଙ୍ଗେ ସଙ୍ଗେ ପରିବାର ଲୋକେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରି ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଖବର ପାଇ ପୁଲିସ ଏସଆଇ ହେମନ୍ତ କୁମାର ବରିହା ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ରୁଜୁ କରିବା ପରେ ବ୍ୟବଛେଦ କରି ପରିବାରକୁ ମୃତଦେହ ହସ୍ତାନ୍ତର କରିଥିଲେ। ଏହି ଖବର ପ୍ରଚାରିତ ହେବାପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Leave A Reply

Your email address will not be published.