ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ

0

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରଖିଛନ୍ତି। ଜ୍ୱରରେ ପୀଡିତ ଥିବାରୁ ମହାପ୍ରଭୁଙ୍କ ନିକଟରେ ଦଇତାପତି ସେବକ ମାନେ ପଣା ଓ ଚକଟା ଭୋଗ କରୁଛନ୍ତି । ତେବେ ଅନବସରର ଚତୁର୍ଥ ଦିବସରରେ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଫିଟା ନୀତି ସମ୍ପାଦିତ କରିଥିବା ବେଳେ ଅନବସରର ପଞ୍ଚମ ଦିବସରରେ ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି କରାଯାଇଛି।

ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିଛନ୍ତି। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ବଡ ଓଡ଼ିଆ ମଠ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଫୁଲୁରୀ ତେଲ ଯୋଗାଇ ଦିଆଯାଇଥାଏ। ପ୍ରତିବର୍ଷ ଅଣସରରେ ୬ ସେର ଫୁଲୁରୀ ତେଲ ମଠ ପକ୍ଷରୁ ଯୋଗା ଯାଇଥାଏ । ଫୁଲୁରୀ ତେଲ ସ୍ୱତନ୍ତ୍ର ଭାବରେ ପ୍ରସ୍ତୁତ କରାଯାଇଥାଏ।
ପ୍ରତ୍ୟକ ବର୍ଷ ହେରାପଞ୍ଚମୀ ଦିନ ଘଣାପେଡ଼ା ରାଶିତେଲରେ ୧୪ ପ୍ରକାର ଫୁଲ, ୭ ପ୍ରକାର ଔଷଧୀୟ ଚେରମୂଳ ଏବଂ ସୁବାସିତ ଦ୍ରବ୍ୟ ଯଥା କେତକି, ହେନା, ଜୁଇ ,ମଲ୍ଲି ଆଦି ଅନେକ ସୁଗନ୍ଧିତ ପୁଷ୍ପ ପକାଇ ଏକ ପାତ୍ରରେ ରଖି ମାଟିତଳେ ଏକବର୍ଷ କାଳ ପୋତାଯାଇଥାଏ । ପରେ ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ରଖାଯାଇଥାଏ । ପରେ ତେଲ ଗୁଡିକୁ ଛଣାଯାଇ ତେଲ ଗୁଡିକୁ ମାଟି ପାତ୍ରରେ ରଖାଯାଏ । ଅଣସରର ପଞ୍ଚମୀ ଦିନ ତେଲକୁ ଛଣାଯାଇ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି ପାଇଁ ପଠାଯାଏ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଭୋଗ ସମ୍ପନ୍ନ ହେବା ପରେ ମଠ ରୁ ଉକ୍ତ ଫୁଲୁରୀ ତେଲ ଶ୍ରୀମନ୍ଦିରକୁ ଯାଇଥାଏ। ପରେ ପତି ମହାପାତ୍ର ସେବକ ୩ଟି ରୂପା ପିଙ୍ଗଣରେ ଫୁଲୁରୀ ତେଲ ନେଇ ସଂସ୍କାର କରିବା ପରେ ଦଇତାପତିମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହାକୁ ମାଲିସ୍ ରାଇଥାନ୍ତି। ବିଶ୍ୱାସ ରହିଛି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ମାଲିସ୍ କରାଯିବା ପରେ ମହାପ୍ରଭୁ ଜ୍ୱରରୁ ସାମାନ୍ୟ ଆଶ୍ୱସ୍ତି ପାଇଥାନ୍ତି।

Leave A Reply

Your email address will not be published.