ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପୁଣି ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

0

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡିବାରେ ଲାଗିଛି। ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାକସ୍ଥଳୀ ଜନିତ ସମସ୍ୟା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତାଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ଥିବାବେଳେ ଗ୍ୟାଷ୍ଟ୍ରୋଏଣ୍ଟୋଲୋଜି ବିଭାଗ ତତ୍ତ୍ଵାବଧାନରେ ରହିଛନ୍ତି ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି।
ତେବେ ନିକଟରେ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଥିଲା ଏବଂ ତାଙ୍କୁ ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ନିଆଯାଇଥିଲା । ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା । ଏବେ ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଜୁନ୍ ୭ ତାରିଖରେ ସୋନିଆଙ୍କ ସ୍ୱାସ୍ଥ୍ୟାବସ୍ଥା ମଧ୍ୟ ଖରାପ ହୋଇଯାଇଥିଲା, ଯାହା ପରେ ତାଙ୍କୁ ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ନିଆଯାଇଥିଲା । ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା ଏବଂ କୁହାଯାଉଥିଲା ଯେ ଏହା ଏକ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଥିଲା ।

ସେହି ସମୟରେ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟମନ୍ତ୍ରୀ ଧନୀ ରାମ ଶାଣ୍ଡିଲ କହିଥିଲେ, ‘ଉଚ୍ଚ ରକ୍ତଚାପ ଅଭିଯୋଗ କରିବା ପରେ ସୋନିଆ ଗାନ୍ଧୀଙ୍କୁ ସିମଲାର ଏକ ହସ୍ପିଟାଲରେ ପରୀକ୍ଷା କରିବାକୁ ପଡିଥିଲା।’ ତଥାପି, ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ବହୁତ ଭଲ ଅଛି । ଏହା କେବଳ ଏକ ନିୟମିତ ଯାଞ୍ଚ ଥିଲା ଏବଂ ଏଥିରେ ଚିନ୍ତା କରିବାର କିଛି ନାହିଁ ।

Leave A Reply

Your email address will not be published.