ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

0

ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ସକାଳେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

ଗତ ୪୮ଘଣ୍ଟା ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଝାରସୁଗୁଡା, ବାଲେଶ୍ଵର, ଭଦ୍ରକ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼ , ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ଆକାଶ ମେଘାଚ୍ଛନ୍ନ ରହିବା ଏବଂ ବିଜୁଳି ଘଡ଼ଘଡ଼ି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.