ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

0

ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ସକାଳେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

ଗତ ୪୮ଘଣ୍ଟା ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଝାରସୁଗୁଡା, ବାଲେଶ୍ଵର, ଭଦ୍ରକ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼ , ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ଆକାଶ ମେଘାଚ୍ଛନ୍ନ ରହିବା ଏବଂ ବିଜୁଳି ଘଡ଼ଘଡ଼ି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.