ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ

0

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ୨୦ ତାରିଖରେ ଭୁବନେଶ୍ୱରରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ଥିବାବେଳେ ବିପୁଳ ଜନ ସମାଗମ ହେବା ସହ ଟ୍ରାଫିକ୍‌ ସମସ୍ୟା ଆଶଙ୍କା ଥିବାରୁ ଭୁବନେଶ୍ୱର ଏବଂ କଟକ ମହାନଗର ନିଗମ ଅଞ୍ଚଳର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ଗୁଡିକୁ ଛୁଟି ଘୋଷଣା କରାଯାଇଛି ।

ପୂର୍ବରୁ ରାଜ୍ୟର ସ୍କୁଲଗୁଡ଼ିକ ଜୁନ୍‌ ୨୦ରେ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।

Leave A Reply

Your email address will not be published.