ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ

0

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ୨୦ ତାରିଖରେ ଭୁବନେଶ୍ୱରରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ଥିବାବେଳେ ବିପୁଳ ଜନ ସମାଗମ ହେବା ସହ ଟ୍ରାଫିକ୍‌ ସମସ୍ୟା ଆଶଙ୍କା ଥିବାରୁ ଭୁବନେଶ୍ୱର ଏବଂ କଟକ ମହାନଗର ନିଗମ ଅଞ୍ଚଳର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ଗୁଡିକୁ ଛୁଟି ଘୋଷଣା କରାଯାଇଛି ।

ପୂର୍ବରୁ ରାଜ୍ୟର ସ୍କୁଲଗୁଡ଼ିକ ଜୁନ୍‌ ୨୦ରେ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।

Leave A Reply

Your email address will not be published.