ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଭୂକମ୍ପରେ ଥରିଲା ଜାପାନ

0

ଜାପାନ: ଜାପାନରେ ଗୁରୁବାର ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ହୋକ୍କାଇଡୋ ତଟରେ ଏହି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି।
ଜାପାନର ପାଣିପାଗ ବିଭାଗରର ସୂଚନାନୁଯାୟୀ, ଗୁରୁବାର (୧୯ ଜୁନ୍‌)ରେ ହୋକ୍କାଇଡୋ ଅଞ୍ଚଳର ନେମୁରୋ ପ୍ରାୟଦ୍ୱୀପର ଦକ୍ଷିଣ-ପୂର୍ବ ତଟରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ୪୨.୮ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୧୪୬.୪ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଅବସ୍ଥିତ।

ସୂଚନାଥାଉକି, ଏପର୍ଯ୍ୟନ୍ତ ସୁନାମି ଚେତାବନୀ ଜାରି କରାଯାଇ ନାହିଁ। କିନ୍ତୁ ଭୂମିକମ୍ପର ଶକ୍ତିଶାଳୀ ଝଟକା ଯୋଗୁଁ ସେଠାରେ ରହୁଥିବା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ତେବେ କୌଣସି ଆହତ କିମ୍ବା ଗୁରୁତ୍ୱପୂର୍ଣ୍ଣ କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ତେବେ ଏଯାଏଁ ସୁନାମୀ ନେଇ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ। ମାତ୍ର ଭୂକମ୍ପ କାରଣରୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଧନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳି ନାହିଁ। ୨୦୧୧ ମସିହାରେ ୯ ତୀବ୍ରତାର ଏକ ଭୂମିକମ୍ପ ଯୋଗୁଁ ସୁନାମି ଆସିଥିଲା ​​ଏବଂ ଜାପାନରେ ୧୫,୦୦୦ ଲୋକଙ୍କ ମୃତ୍ୟୁ ହୋଇଥିଲା।

Leave A Reply

Your email address will not be published.