ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ଆଇଟି ରେଡ

0

ଝାରସୁଗୁଡା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ଏହି ରେଡ କରାଯାଉଥିବା ସୂଚନା ମିଳିଛି। ଝାରସୁଗୁଡା, ସମ୍ବଲପୁର ଓ ଭୁବନେଶ୍ବର ଭଳି ସ୍ଥାନରେ ଏହି ରେଡ କରାଯାଇଥିବା ଜଣା ପଡିଛି। ତେବେ ଆୟକର ଠକେଇ ନେଇ ଅଭିଯୋଗ ହେବା ପରେ ୨୦ରୁ ଅଧିକ ସ୍ଥାନରେ ଇଡି ଏହି ରେଡ ଚଳାଇଛି। ବିଭିନ୍ନ ସ୍ଥାନରେ ଇଡିର ୨୦ଟି ଟିମକୁ ଏହି ରେଡରେ ସାମିଲ କରାଯାଇଛି।

ଗତ କିଛି ମାସ ତଳେ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଓ ଅଫିସରେ ମଧ୍ୟ ଆଇଟି ରେଡ ହୋଇଥିଲା। ଭୁବନେଶ୍ବର ଓ ଛତିଶଗଡର ଟିମ ଏହି ରେଡରେ ସାମିଲ ହୋଇଥିବା ବେଳେ ବ୍ରଜ ଦାସଙ୍କ ଘରୁ ଏକାଧିକ ବିଳାସପୂର୍ଣ୍ଣ କାର ମିଳିଥିଲା। କିଛି ମାସ ପୂର୍ବରୁ ମଧ୍ୟ ପୂର୍ବତନମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ପିଏ ଆଶିଷ ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲ। ଏଥିସହ ଆୟକର ବିଭାଗ ଅଧିକାରୀ ବିଶାଳ ଦାସଙ୍କୁ ଝାରସୁଗୁଡ଼ା ଏକ ଘରୋଇ ହୋଟେଲକୁ ଡାକି ପ୍ରାୟ ୪ ଘଣ୍ଟା ଧରି ଜେରା କରିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ସୁନ୍ଦରଗଡ଼ରେ ନବଙ୍କ ସହଯୋଗୀ ସଂଜୟ ନନ୍ଦଙ୍କ ଘରେ ବି ଚଢାଉ। ସେ ନବ ଦାସଙ୍କ ବ୍ୟବସାୟିକ ସହଯୋଗୀ ଅଟନ୍ତି। ସଂଜୟ ସୁନ୍ଦରଗଡ଼ର କୋଇଲା ବ୍ୟବସାୟୀ ବୋଲି ସୂଚନା ରହିଛି। ଓଡ଼ିଶା ରାଜନୀତିରେ ପ୍ରମୁଖ ବ୍ୟକ୍ତିତ୍ୱ ଥିଲେ ନବ ଦାସ। ପ୍ରଭାବଶାଳୀ ନେତା ଭାବେ ପଶ୍ଚିମଓଡ଼ିଶାରେ ସେ ବେଶ ଜଣାଶୁଣା ଥିଲେ। ନବ ଦାସଙ୍କ ଦେହାନ୍ତ ପରେ ଦୀପାଳୀ ଦାସ ତାଙ୍କ ସ୍ଥାନ ନେଇଥିଲେ ।

Leave A Reply

Your email address will not be published.