ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବିମାନ ବନ୍ଦର ନିକଟର ରହିବନି ଉଚ୍ଚା ଗଛ ଓ ଘର

0

ଅହମଦାବାଦ: ଅହମଦାବାଦ ବିମାନ ଦୁର୍ଘଟଣା ପରେ କେନ୍ଦ୍ର ସରକାର ବିମାନ ଅଧିନିୟମ ୨୦୨୪ରେ କିଛି ପରିବର୍ତ୍ତନ ଆଣି ନୂଆ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏବେ ବିମାନ ବନ୍ଦର ନିକଟରେ ରହିବନି ଉଚ୍ଚ ଅଟ୍ଟାଳିକା ଓ ବଡ଼ ଗଛ।

ବିମାନ ଚଳାଚଳରେ ବାଧା ସୃଷ୍ଟି କରୁଥିବା କୋଠା ଓ ଗଛ ତୁରନ୍ତ ହଟାଯିବ। ମାଲିକମାନଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ନୋଟିସ୍ ହେବ। ନୋଟିସ୍‌ ପାଇବାର ୬୦ ଦିନ ମଧ୍ୟରେ ସେଗୁଡ଼ିକୁ ଭାଙ୍ଗିବା କିମ୍ବା ଉଚ୍ଚତା କମାଇବାକୁ ପଡ଼ିବ। ବ୍ୟବସ୍ଥା ଅନୁସାରେ ଘର ମାଲିକ କ୍ଷତିପୂରଣ ଆବେଦନ କରିପାରିବେ। ମାଲିକମାନେ ନିୟମ ନମାନିଲେ ଏରୋଡ୍ରମ୍‌ ଅଧିକାରୀ ଜିଲ୍ଲାପାଳଙ୍କୁ ଅବଗତ କରିବେ। ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପରେ ଘର କିମ୍ବା ଗଛର ଉଚ୍ଚତା କମ୍‌ କରାଯିବ। ତେବେ ନିର୍ଦ୍ଧାରିତ ସମୟସୀମା ଭିତରେ ଘର ଭାଙ୍ଗିବା ସହ ଗଛର ଉଚ୍ଚତା କମାଇବାକୁ ହେବ।

Leave A Reply

Your email address will not be published.