ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

0

ଭୁବନେଶ୍ବର: ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ। ଛାତ୍ରଛାତ୍ରୀଙ୍କ ପୋଷଣକୁ ଗୁରୁତ୍ୱ ଦେଇ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ପୁଣି ଥରେ ବୃଦ୍ଧି କରାଯାଇଛି । ରାଜ୍ୟ ସରକାର ୨ ଟଙ୍କା ୯୨ ପଇସା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ମୂଲ୍ୟ ପରେ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ପାଇଁ ମୁଣ୍ଡ ପିଛା ଦୈନିକ ୧୧ ଟଙ୍କା ୧୫ ପଇସା, ଉଚ୍ଚ ପ୍ରାଥମିକ ଶିକ୍ଷାର୍ଥୀଙ୍କ ପାଇଁ ମୁଣ୍ଡ ପିଛା ୧୪ ଟଙ୍କା ୭୪ ପଇସା ରନ୍ଧନ ସାମଗ୍ରୀ ଖର୍ଚ୍ଚ ପ୍ରଦାନ କରାଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ଦ୍ୱାରା ଛାତ୍ରଛାତ୍ରୀଙ୍କ ପୋଷଣକୁ ଗୁରୁତ୍ୱ ଦେଇ ସପ୍ତାହକୁ ତିନୋଟି ପୁଷ୍ଟିକର ଲଡୁ ଓ ଗୋଟିଏ ଅତିରିକ୍ତ ଅଣ୍ଡା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଦାନ କରାଯାଉଛି। ଅତିରିକ୍ତ ପୁଷ୍ଟିସାରଯୁକ୍ତ ସାମଗ୍ରୀ ପ୍ରଦାନ ହେତୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଦୈନିକ ରନ୍ଧନ ସାମଗ୍ରୀ ମୂଲ୍ୟ ୨ ଟଙ୍କା ୯୨ ପଇସା ରାଜ୍ୟ ସରକାର ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଭାଗିଦାରୀରେ ପିଏମ୍‌ ପୋଷଣ ଯୋଜନା ବର୍ତ୍ତମାନ ରାଜ୍ୟରେ କାର୍ଯ୍ୟକାରୀ କରାଯାଉଛି। ଭାରତ ସରକାରଙ୍କ ପକ୍ଷରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ମୁଣ୍ଡ ପିଛା ଦୈନିକ ୬ ଟଙ୍କା ୭୮ ପଇସା ଓ ୧୦ ଟଙ୍କା ୧୭ ପଇସା ମେ’ ୧ରୁ ରନ୍ଧନ ସାମଗ୍ରୀ ଖର୍ଚ୍ଚ ବାବଦକୁ ପ୍ରଦାନ କରାଯାଉଛି। ବର୍ତ୍ତମାନ ରାଜ୍ୟ ସରକାର ଅତିରିକ୍ତ ରନ୍ଧନ ସାମଗ୍ରୀ ଖର୍ଚ୍ଚ ପାଇଁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ମୁଣ୍ଡ ପିଛା ଦୈନିକ ୧ ଟଙ୍କା ୪୫ ପଇସା ଓ ୧ ଟଙ୍କା ୬୫ ପଇସା ପ୍ରଦାନ କରୁଛନ୍ତି। ଆଜି ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି ପରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ପାଇଁ ମୁଣ୍ଡ ପିଛା ଦୈନିକ ଯଥାକ୍ରମେ ୧୧ ଟଙ୍କା ୧୫ ପଇସା ଓ ୧୪ ଟଙ୍କା ୭୪ ପଇସା ରନ୍ଧନ ସାମଗ୍ରୀ ନିମନ୍ତେ ଖର୍ଚ୍ଚ କରାଯିବ।

Leave A Reply

Your email address will not be published.