ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ରଥଯାତ୍ରାରେ ପୁରୀ ଜଗିବ ୨୭୫ AI କ୍ୟାମେରା

0

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରୀ ସହରକୁ ୨୭୫ଟି AI କ୍ୟାମେରା ଜଗିବାର ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ୍‌ ସୂଚନା ଦେଇଛନ୍ତି। ଏଥିସହିତ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ। ୧୦ ହଜାର ସୁରକ୍ଷାକର୍ମୀ ମୁତୟନ ହେବେ। କୁଇକ୍‌ ରେସପନ୍ସ ଟିମ୍‌ ଓ ଡ୍ରୋନ୍‌ର ସହାୟତା ବି ନିଆଯିବ। ସମୁଦ୍ର ତଟରେ କୋଷ୍ଟ ଗାର୍ଡ ମୁତୟନ ହେବେ ବୋଲି ଖୁରାନିଆ କହିଛନ୍ତି। ୬୯ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ୬୪ ଆମ୍ବୁଲାନ୍ସ,୨୬୫ ସ୍ବତନ୍ତ୍ର ବେଡ୍‌ ବ୍ୟବସ୍ଥା କରାଯାଇଛି। ଏଥିସହିତ ୩୭୮ ଅତିରିକ୍ତ ଡାକ୍ତର ଓ ପାରାମେଡିକାଲ ଷ୍ଟାଫ୍‌ ରହିବେ। ଏମ୍ସର ବିଶେଷଜ୍ଞ ଡାକ୍ତର ସେବା ଯୋଗାଇବେ ବୋଲି ଖୁରାନିଆ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡ଼ା ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଶ୍ରୀମନ୍ଦିର ଭିତରେ, ବାହାରେ, ରଥ ଚାରିପାଖରେ ପୋଲିସ ମୁତୟନ, ଭିଡ, ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିପରି ଆତଙ୍କବାଦୀ ଆକ୍ରମଣକୁ ପ୍ରତିହତ କରିବା ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭିଆଇପି ଭକ୍ତଙ୍କ ସୁରକ୍ଷା ପାଇଁ ପାଞ୍ଚ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବଡ଼ଦାଣ୍ଡ ସମେତ ପୁରୀ ବେଳାଭୂମି ଏବଂ ସହରର ପ୍ରବେଶ ପଥରେ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯିବା ସହ ଆକାଶ ମାର୍ଗରୁ ମଧ୍ୟ ପୁରୀ ସହର ଉପରେ କଡ଼ା ନଜର ରଖାଯିବ। ସମୁଦ୍ର ମଧ୍ୟରେ କୋଷ୍ଟ ଗାର୍ଡ ଏବଂ ଓଡ଼ିଶା ପୋଲିସ୍ ମିଳିତ ଭାବରେ କଡ଼ା ନଜର ରଖିବା ସହ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ପର୍ଯ୍ୟାପ୍ତ ଲାଇଫ ଗାର୍ଡ ମୁତୟନ କରାଯିବ।

Leave A Reply

Your email address will not be published.