ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ

0

ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ଅମାନୁଷିକ କାଣ୍ଡ ଘଟାଇଲେ ମାଓବାଦୀ। ଜିଲ୍ଲାର ପମେଡ ଥାନା ଅନ୍ତର୍ଗତ ସେନ୍ଦ୍ରାବର ଏବଂ ଏମପୁର ଗ୍ରାମରେ ଦୁଇଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ ମାନେ। ପୋଲିସ ଇନଫର୍ମର ଦର୍ଶାଇ ହତ୍ୟା କରାଯାଇଥିବା ସୂଚନା ରହିଛି।

ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ୧୫ରୁ ୨୦ ଜଣ ମାଓବାଦୀ ମାନେ ସେନ୍ଦ୍ରାବର ଏବଂ ଏମପୁର ଗ୍ରାମରେ ପହଞ୍ଚିଥିଲେ। ଗ୍ରାମର ଅନ୍ୟ ଗ୍ରାମବାସୀଙ୍କୁ ମାଡ଼ ମାରିବା ସହ ଏହି ଦୁଇ ଗ୍ରାମବାସୀଙ୍କୁ ଜଙ୍ଗଲକୁ ନେଇ ନିର୍ମମ ଭାବେ ହତ୍ୟା କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇବା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ।

Leave A Reply

Your email address will not be published.