ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଡାଇରିଆ ପାଇଁ ନିଯୁକ୍ତ ହେଲେ ୩୮୭ ଡାକ୍ତର ଓ ପାରାମେଡିକାଲ୍ ଷ୍ଟାଫ

0

ଭୁବନେଶ୍ଵର: ରାଜ୍ୟରେ ଡାଇରିଆ ସ୍ଥିତିକୁ ଗୁରୁତର ସହ ନେଉଛନ୍ତି ସରକାର। ନିୟନ୍ତ୍ରଣରେ ରଖିବା ପାଇଁ ଲୋକଙ୍କୁ କରାଯାଇଛି ସଚେତନ। ରଥଯାତ୍ରା ସମୟରେ ଯେମିତି ପୁରୀକୁ ଡାଇରିଆ ନବ୍ୟାପିବ ତାକୁ ଗୁରୁତ୍ୱ ଦିଆଯାଇଛି।

ସେହିପରି ୩୮୭ ଡାକ୍ତର ଓ ପାରାମେଡିକାଲ୍ ଷ୍ଟାଫ ନିଯୁକ୍ତ କରାଯାଇଛି। ଫାଷ୍ଟଏଡ୍ ସେଣ୍ଟର ଓ ଆମ୍ବୁଲାନ୍ସ ବ୍ୟବସ୍ଥା ମଧ୍ୟ କରାଯାଇଛି। ଶ୍ରଦ୍ଧାଳୁଙ୍କୁ ଆର୍‌ଓ ପାଣି ଦେବାକୁ ବ୍ୟବସ୍ଥା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।
ଅନ୍ୟପଟେ ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଡାଇରିଆ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ଜନଜୀବନ ସ୍ୱାଭାବିକ ସ୍ଥିତିକୁ ଫେରୁଛି। ବିଭିନ୍ନ ବିଭାଗର ସମନ୍ୱିତ ପ୍ରୟାସ ଯୋଗୁଁ ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ପରିସ୍ଥିତି ଯେପରି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିବ, ସେଥିପାଇଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ମେଡିକାଲ କଲେଜ ଯାଏଁ ଚିକିତ୍ସା ସେବାକୁ ବର୍ତ୍ତମାନ ପରି ସମନ୍ୱିତ ଭାବରେ କାର୍ଯ୍ୟକ୍ଷମ ରଖିବା ଲାଗି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ରାଜ୍ୟର ୬ଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖା ଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ନେଇ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଗତକାଲି ଲୋକସେବା ଭବନରେ ସମୀକ୍ଷା କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣାଧୀନ ଓ ନୂତନ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି।

Leave A Reply

Your email address will not be published.