ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍, ଦୁଇ ମୃତ

0

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ସଦର ଥାନା ବ୍ରାହ୍ମଣୀପାଲି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଖୁବ ଜୋରରେ ପଛରୁ ପିଟିଲା ଟ୍ରକ୍। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ଭେଡାବାହାଲ ଗାଁର ଶୁଭମ୍ ବାରିକ ଏବଂ ତ୍ରିଲୋଚନ ସେଠ ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଭେଡାବାହାଲ ଗାଁର ୩ ଜଣ ଯୁବକ କୌଣସି କାମରେ ଏକ ବାଇକ୍ ଯୋଗେ ବ୍ରାହ୍ମଣପାଲୀ ଗାଁକୁ ଯାଇଥିଲେ। ଫେରିବା ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ବାଇକକୁ ପଛରୁ ଧକ୍କା ଦେଇଥିଲା। ଫଳରେ ବାଇକ୍ ରେ ଯାଇଥିବା ୩ ଜଣ ଛିଟିକି ପଡିଥିଲେ। ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.