ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସରକାରୀ କ୍ୱାର୍ଟର୍ସରୁ ଲକ୍ଷାଧିକ ମୂଲ୍ୟର ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍

0

ଭୁବନେଶ୍ବର: ରାଜଧାନୀରେ ଦିନ କୁ ଦିନ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଭୁବନେଶ୍ୱରର ୟୁନିଟ୍-୩ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ପଶି ଲକ୍ଷାଧିକ ମୂଲ୍ୟର ସୁନା ଅଳଙ୍କାର ଏବଂ ବିପୁଳ ପରିମାଣର ନଗଦ ଲୁଟି ନେଇଛନ୍ତି ଦୁର୍ବୁତ୍ତ।

ସୂଚନା ଅନୁଯାୟୀ, ସୋମବାର ରାତିରେ ଘରର ଲୋକମାନେ ପ୍ରାୟ ଦୁଇ ଘଣ୍ଟା ପାଇଁ ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଥିଲା। ଦୁର୍ବୃତ୍ତମାନେ ମୁଖ୍ୟ ଦ୍ୱାର ଭାଙ୍ଗି ଖାରବେଳ ନଗର ଥାନା ଅଧୀନରେ ଥିବା କ୍ୱାର୍ଟର୍ସରେ ପ୍ରବେଶ କରି ଘରେ ଲୁଟପାଟ କରିଥିଲେ। ତେବେ ସମ୍ପୂର୍ଣ୍ଣ କାର୍ଯ୍ୟ ସିସିଟିଭିରେ କଏଦ ହୋଇଥିଲା। ଯେଉଁଥିରେ ତିନି ଜଣ ବ୍ୟକ୍ତି ଘରେ ପ୍ରବେଶ କରିବା ସହ ଲୁଟ କରୁଥିବାର ଦେଖାଯାଇଥିଲା।
ଅଭିଯୋଗ ପରେ ଖାରବେଳ ନଗର ଥାନାର ଏକ ଟିମ୍ ଘଟଣାସ୍ଥଳ ପରିଦର୍ଶନ କରି ତଦନ୍ତ ଆରମ୍ଭ କରିଛି। ଚୋରି ହୋଇଥିବା ଜିନିଷଗୁଡ଼ିକରେ ସୁନା ଅଳଙ୍କାର ଏବଂ ନଗଦ ଟଙ୍କା ଅନ୍ତର୍ଭୁକ୍ତ ରହିଛି। ଯାହାର ସଠିକ୍ ମୂଲ୍ୟ ଏପର୍ଯ୍ୟନ୍ତ ଆକଳନ କରାଯାଇନାହିଁ।

ତେବେ ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ତଦନ୍ତକାରୀ ଦଳ ସିସିଟିଭି ଫୁଟେଜ୍ ହାସଲ କରିଛି। ଯେଉଁଥିରେ ଚୋରି କରୁଥିବାର ଫୁଟେଜ୍ ଦେଖାଯାଉଛି। ଏହାକୁ ଆଧାର କରି ପୋଲିସ୍ ଖୋଳତାଡ଼ ଆରମ୍ଭ କରିଛି।

Leave A Reply

Your email address will not be published.