ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ମହାପ୍ରଭୁଙ୍କ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଆଇନମନ୍ତ୍ରୀ

0

ପୁରୀ: ଶ୍ରୀମନ୍ଦିର ଗାରଦରୁ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଅଭିଯୋଗରେ କୌଣସି ସତ୍ୟାସତ୍ୟ ନଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା କହିଛନ୍ତି। ରାଜବୈଦ ପ୍ରଦାନ କରିଥିବା ଦଶମୂଳ ମୋଦକ ଦାରୁଦିଅଁଙ୍କ ନିକଟରେ ଲାଗି ପୂର୍ବରୁ ଗାରଦରେ ଥିବା ବେଳେ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ୭୦ ଦଶମୂଳ ମୋଦକ କିପିରି ଚୋରି ହେଲା ଓ ଏହାକୁ କିଏ ନେଲା ସେନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କରିଥିଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର। ମୋଦକ କିପରି ମହାପ୍ରଭୁଙ୍କ ନିକଟରେ ଲାଗି ହେଲା ପ୍ରଶ୍ନ କରିଥିଲେ। ରାଜବୈଦ୍ୟ ଦେଇଥିବା ସମୁଦାୟ ୩୧୩ ଟି ଅମୁଣିଆ ମୋଦକରୁ ୭୦ଟି କମ୍ ଥିବା ସେ ଅଭିଯୋଗ ପତ୍ରରେ ଦର୍ଶାଇଥିଲେ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, “ଅଭିଯୋଗ ପରେ ଆମେ ତଦନ୍ତ କରିଛୁ। ପ୍ରାରମ୍ଭିକ ସୂଚନା ଆଧାରରେ ମୋଦକ ଚୋରି ସତ୍ୟ ନୁହଁ । ଯେତେବେଳେ କୌଣସି ବୈଦ୍ୟ ସେବକ ଗାରଦରେ ନେଇ ଦିଅନ୍ତି ସେହି ମୋଦକକୁ କେହିବି ଛୁଅନ୍ତି ନାହିଁ କି ଗଣନ୍ତି ନାହିଁ। ପରେ ଦଇତାପତି ନିଯୋଗର ସମ୍ପାଦକ ମଧ୍ୟ ମୋଦକ ନେଇଛନ୍ତି। ପ୍ରାଥମିକ ତଦନ୍ତରୁ ବାଡଗ୍ରାହୀଙ୍କ ଅଭିଯୋଗ ସତ୍ୟ ଆଧାରିତ ନୁହଁ। “

ଏନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, “କିଛି ଲୋକ ନିଜ ପତିଆରା ଦେଖେଇବା ପାଇଁ ମିଛ ପ୍ରଚାର କରିଛନ୍ତି। ଏଭଳି ବିଭ୍ରାନ୍ତ ଗ୍ରହଣୀୟ ନୁହେଁ। ଯେଉଁମାନେ ଏଭଳି କରିଛନ୍ତି ସେମାନଙ୍କ ବିରୋଧରେ ଦୃଢ କାଯ୍ୟାନୁଷ୍ଠାନ ନିଆଯିବ।

Leave A Reply

Your email address will not be published.