ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଏବେ ଆଉ ସରକାରୀ ଅଫିସକୁ ବାରମ୍ବାର ଦୌଡ଼ିବାକୁ ପଡିବନି। ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍। ଇ-ରେଜିଷ୍ଟ୍ରେସନ୍ ଆପ୍‌କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ ସଂକ୍ରାନ୍ତ ସୁବିଧା। କୌଣସି ସେବା କେନ୍ଦ୍ରକୁ ନ ଯାଇ ଆପ୍ ଦ୍ଵାରା ଘରେ ବସି ବିଭିନ୍ନ ସମସ୍ୟାର ସମାଧାନ କରିହେବ। ଛୋଟ ଛୋଟ କାମ ପାଇଁ ରାଜସ୍ୱ ବିଭାଗ କିମ୍ବା କାର୍ଯ୍ୟାଳୟକୁ ଲୋକଙ୍କୁ ଆଉ ଦୌଡ଼ିବାକୁ ପଡ଼ିବନି। ଏଣିକି ଜମିଜମା ପଞ୍ଜୀକରଣ ପାଇଁ ଅନ୍‌ଲାଇନ୍‌ ସ୍ଲଟ ବୁକିଂ ସୁବିଧା ହେବ। ବିଭିନ୍ନ ଜାଗଜପତ୍ର ଆଦି ଅନ୍‌ଲାଇନ୍‌ରେ ଡାଉନ୍‌ଲୋଡ୍ କରିହେବ। ଏନ୍‌କ୍ୟୁମ୍‌ବ୍ରାନ୍ସ ସାର୍ଟିଫିକେଟ ପାଇଁ ଆବେଦନ, ପ୍ରମାଣୀକୃତ ନକଲ ପାଇଁ ଆବେଦନ, ନିଜର ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ ଜାଣିବା, ଜମିର ସରକାରୀ ନିର୍ଦ୍ଧାରିତ ମୂଲ୍ୟ ଜାଣିବା, ପରିଦର୍ଶକ ମୂଳକ ପଞ୍ଜୀକରଣ ନିମନ୍ତେ ଆବେଦନ ସେବା ସମ୍ବନ୍ଧିତ ମତାମତ ପ୍ରଦାନ ଆଦି ବ୍ୟବସ୍ଥା ରହିଛି।

Leave A Reply

Your email address will not be published.