ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଉଦ୍ୟୋଗୀକରଣକୁ ପ୍ରୋତ୍ସାହନ ଦେବା ବିଷୟରେ ସୋଆ ଆଇବିସିଏସ୍ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ

0

ଭୁବନେଶ୍ୱର, ଜୁନ୍ ୨୫: ଉଦ୍ୟୋଗୀକରଣକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ପକ୍ଷରୁ ଆୟୋଜିତ ଏକ ଦୁଇ ଦିନିଆ ଉଦ୍ୟୋଗୀକରଣ ବିକାଶ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଷ୍ଟାର୍ଟ ଅପ୍ ଉପଦେଷ୍ଟା ଡକ୍ଟର ମନୀଷା ଆଚାର୍ଯ୍ୟ ଉଦ୍‌ଘାଟନ କରି ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଦିଗରେ ଉଦ୍ୟୋଗୀକରଣର ଭୂମିକା ଉପରେ ଆଲୋକପାତ କରିଥିଲେ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଆଇଟି କାନ୍‌ପୁରର ପୂର୍ବତନ ପ୍ରଫେସର ଅସୀମା ପ୍ରଧାନ, ଆଇବିସିଏସ୍‌ର ଡିନ୍ ପ୍ରଫେସର ଅୟସକାନ୍ତ ମହାନ୍ତି, ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏବଂ ଆଇବିସିଏସ୍‌ର ଆସୋସିଏଟ୍ ଡିନ୍ ପ୍ରଫେସର ମନୋରଞ୍ଜନ ଦାସ ବକ୍ତବ୍ୟ ରଖିଥିଲେ। ଆଇବିସିଏସ୍‌ର ଫ୍ୟାକଲ୍ଟି ଏବଂ କର୍ମକର୍ତା, ବିଭିନ୍ନ ଷ୍ଟାର୍ଟ ଅପ୍‌ର ପ୍ରତିନିଧି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ପ୍ରଫେସର ଅସୀମା ପ୍ରଧାନ ଉଦ୍ୟୋଗୀକରଣ କ୍ଷେତ୍ରରେ ସରକାରଙ୍କର ବିଭିନ୍ନ ନୀତି ଓ ଯୋଜନା ସମ୍ପର୍କରେ ଆଲୋକପାତ କରିଥିବା ବେଳେ ପ୍ରଫେସର ନନ୍ଦ ଜ୍ଞାନ ଆହରଣର ମହତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ବର୍ତମାନର ପ୍ରତିଯୋଗିତାମୂଳକ ଦୁନିଆରେ ନିଜର ଦକ୍ଷତାକୁ ପ୍ରତିପାଦିତ କରିବାର ଆବଶ୍ୟକତା ରହିଛି ବୋଲି ପ୍ରଫେସର ନନ୍ଦ କହିଥିଲେ। ବ୍ୟକ୍ତିଗତ ଏବଂ ବୃତିଗତ ସଫଳତା ହାସଲ ନିମନ୍ତେ ଜୀବନରେ ଶୃଙ୍ଖଳାର ଗୁରୁତ୍ୱ ଉପରେ ପ୍ରଫେସର ମହାନ୍ତି ଆଲୋକପାତ କରିଥିବା ବେଳେ ପ୍ରଫେସର ଦାସ ଶୃଙ୍ଖଳା, ଏକାଗ୍ରତା ଏବଂ ଉତ୍ସର୍ଗୀକୃତ ମନୋଭାବ ଉପରେ ଗୁରୁତ୍ୱ ଦେଇଥିଲେ।

କାର୍ଯ୍ୟକ୍ରମରେ ଏସ୍‌ଟିପିଆଇ, ଭୁବନେଶ୍ୱରର ସିଓଓ ଶ୍ରୀମତି ପୁରବୀ ମିଶ୍ର ଏବଂ ସ୍କାଏ ସ୍କିଲ୍ଏ କାଡେମୀର ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ହିମାଂଶୁ ଶେଖର ପଣ୍ଡାଙ୍କ ଭଳି ଅନୁଭୂତି ସମ୍ପନ୍ନ ଉଦ୍ୟୋଗୀ ଏବଂ ଶିଳ୍ପ ବିଶେଷଜ୍ଞ ଆଲୋଚନା କରିଥିଲେ। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଦହିବରା ଏକ୍ସପ୍ରେସ୍‌ର ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସୌରଭ ଶୁକ୍ଳା ଯୋଗ ଦେଇ ବ୍ୟବସାୟ ନିମନ୍ତେ ବିନିଯୋଗ ଏବଂ ଆଇନଗତ ଦିଗ ଉପରେ ଆଲୋକପାତ କରିଥିଲେ।

ସେହିପରି ଏସଏଚଆରଏମ୍‌, ଏକ୍ସଆଇଏମ୍ ବିଶ୍ୱବିଦ୍ୟାଳୟର ଆସୋସିଏଟ୍ ପ୍ରଫେସର ଡକ୍ଟର କଳ୍ପନା ସାହୁ ନେତୃତ୍ୱ ଗଠନ ଏବଂ ପରିଚାଳନା ସମ୍ପର୍କରେ ବକ୍ତବ୍ୟ ରଖିଥିବା ବେଳେ ନେଜଲର ଟେକ୍ନୋଲଜିସ ଏଲ୍‌ଏଲପିର ସହଯୋଗୀ ଏବଂ ପ୍ରତିଷ୍ଠାତା ଓ ୱଜକୁର ମାର୍କେଟିଂ ମୁଖ୍ୟ ଶ୍ରୀ ଗୌରବ ଅଗ୍ରୱାଲ୍ ମାର୍କେଟିଂ ଏବଂ ବ୍ରାଣ୍ଡିଂ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ପିପୁଲ୍ ହୋଟେଲ୍‌ସ ଆଣ୍ଡ ରିସର୍ଟସ୍‌ର ସିଇଓ ଶ୍ରୀ ସୁବ୍ରତ ଦାଶ ଏବଂ ଦ ସାଇନ ୍‌ଗ୍ରୁପ୍‌ର ଅଧ୍ୟକ୍ଷ ଶ୍ରୀ ସୀତାଂଶୁ ମିଶ୍ର ଏବଂ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଯୋଗ ଦେଇଥିଲେ। ଇଡିପିର କୋଅର୍ଡିନେଟର ଡକ୍ଟର ସୌମ୍ୟା ମିଶ୍ର ଏବଂ ଡକ୍ଟର ଆଶିଷ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Leave A Reply

Your email address will not be published.