ପ୍ରମୁଖ ଖବର

ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍
ରାଜଧାନୀରେ ବଧୂହତ୍ୟା ଅଭି​‌ଯୋଗ, ସ୍ଵାମୀ ଗିରଫ
ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ
୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ
ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ, ସମୁଦ୍ରରେ ବୁଡି ୩ ମୃତ
ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା,ଟମାଟୋ ମାଡ଼

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ବେଳେ କଂଗ୍ରେସ କର୍ମୀମାନେ ବୁଧବାର ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି ନାରାବାଜି କରିଥିଲେ କଂଗ୍ରେସ କର୍ମୀ। ଏହି ସମୟରେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼ କରିଥିଲେ। ଫଳରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ବୁଧବାର ଶହ ଶହ କଂଗ୍ରେସ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀଙ୍କ ଇସ୍ତାପ ଦାବି କରି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବାବେଳେ କଂଗ୍ରେସ କର୍ମୀଙ୍କୁ ପୁଲିସ ଅଟକାଇଥିଲା। ଫଳରେ ପୁଲିସ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ କିଛି ସମୟ ଧସ୍ତାଧସ୍ତିର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି।

ରାଜ୍ୟରେ ନାରୀମାନଙ୍କ ଉପରେ ନିର୍ଯାତନା ବଢିଚାଲିଥିବାବେଳେ ସରକାର ନିରବଦ୍ରଷ୍ଟା ପାଲଟିଛନ୍ତି। ଦଳିତଙ୍କୁ ମାଡ ମରାଯାଉଛି, ତାଙ୍କୁ ଲଣ୍ଡା କରାଯାଇ ରାଜରାସ୍ତାରେ ଚଲାଉଛନ୍ତି। ରାଜ୍ୟରେ ଗଣତନ୍ତ୍ର ଅଛି କି ନାହିଁ ବୋଲି ପ୍ରଶ୍ନ କରିଛି ଯୁବ କଂଗ୍ରେସ। ତେଣୁ ତୁରନ୍ତ ମୁଖ୍ୟମନ୍ତ୍ରୀ ତାଙ୍କ ପଦରୁ ଇସ୍ତାପ ଦିଅନ୍ତୁ, ନଚେତ ଆଗାମୀ ଦିନରେ ବିରୋଧକୁ ଅଧିକ ବ୍ୟାପକ କରାଯିବ ବୋଲି ଚେତାବନୀ ଦେଇଛି କଂଗ୍ରେସ। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯେଉଁ ସ୍ଥାନକୁ ଗସ୍ତ କରିବେ ସେଠାରେ ତାଙ୍କୁ ବିରୋଧ କରାଯିବ ବୋଲି ମଧ୍ୟ ଯୁବ କଂଗ୍ରେସ ଚେତାବନୀ ଦେଇଛି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି।

Leave A Reply

Your email address will not be published.