ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା,ଟମାଟୋ ମାଡ଼

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ବେଳେ କଂଗ୍ରେସ କର୍ମୀମାନେ ବୁଧବାର ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି ନାରାବାଜି କରିଥିଲେ କଂଗ୍ରେସ କର୍ମୀ। ଏହି ସମୟରେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼ କରିଥିଲେ। ଫଳରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ବୁଧବାର ଶହ ଶହ କଂଗ୍ରେସ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀଙ୍କ ଇସ୍ତାପ ଦାବି କରି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବାବେଳେ କଂଗ୍ରେସ କର୍ମୀଙ୍କୁ ପୁଲିସ ଅଟକାଇଥିଲା। ଫଳରେ ପୁଲିସ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ କିଛି ସମୟ ଧସ୍ତାଧସ୍ତିର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି।

ରାଜ୍ୟରେ ନାରୀମାନଙ୍କ ଉପରେ ନିର୍ଯାତନା ବଢିଚାଲିଥିବାବେଳେ ସରକାର ନିରବଦ୍ରଷ୍ଟା ପାଲଟିଛନ୍ତି। ଦଳିତଙ୍କୁ ମାଡ ମରାଯାଉଛି, ତାଙ୍କୁ ଲଣ୍ଡା କରାଯାଇ ରାଜରାସ୍ତାରେ ଚଲାଉଛନ୍ତି। ରାଜ୍ୟରେ ଗଣତନ୍ତ୍ର ଅଛି କି ନାହିଁ ବୋଲି ପ୍ରଶ୍ନ କରିଛି ଯୁବ କଂଗ୍ରେସ। ତେଣୁ ତୁରନ୍ତ ମୁଖ୍ୟମନ୍ତ୍ରୀ ତାଙ୍କ ପଦରୁ ଇସ୍ତାପ ଦିଅନ୍ତୁ, ନଚେତ ଆଗାମୀ ଦିନରେ ବିରୋଧକୁ ଅଧିକ ବ୍ୟାପକ କରାଯିବ ବୋଲି ଚେତାବନୀ ଦେଇଛି କଂଗ୍ରେସ। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯେଉଁ ସ୍ଥାନକୁ ଗସ୍ତ କରିବେ ସେଠାରେ ତାଙ୍କୁ ବିରୋଧ କରାଯିବ ବୋଲି ମଧ୍ୟ ଯୁବ କଂଗ୍ରେସ ଚେତାବନୀ ଦେଇଛି। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି।

Leave A Reply

Your email address will not be published.