ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର,

0

ଜୁଲାଇ ୩ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତାକାଲି ଉତ୍ତର ବଙ୍ଗୋପସାଗର ବାଂଲାଦେଶ , ପଶ୍ଚିମବଙ୍ଗ ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ ଓ ତାହା ପରବର୍ତ୍ତୀ ଦିନ ଅର୍ଥାତ୍ ୩୦ ତାରିଖ ରେ ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଅଛି ଓ ପରବର୍ତ୍ତୀ ସମୟରେ ଏହି କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଅଧିକ ଘନୀଭୂତ ହୋଇପାରେ। ରାଜ୍ୟରେ ଏବେ ମୌସୁମୀ ବାୟୁ ସକ୍ରିୟ ରହିଛି।

ଆସନ୍ତା ଜୁଲାଇ ୦୩ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆସୁଥିବା ଲଘୁଚାପ ପ୍ରଭାବରେ ୩୦ ଜୁନ ରୁ ୦୩ ଜୁଲାଇ ଯାଏଁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେଉଁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୩୦ ଜୁନ ରୁ ୦୨ ଜୁଲାଇ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, କେଉଁଝର, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୦୨ ଜୁଲାଇ ରୁ ୦୪ ଜୁଲାଇ ଯାଏଁ ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.