ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଶରଧାବାଲିରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୌତମ ଆଦାନୀ

0

ପୁରୀ: ଓଡ଼ିଶାରେ ପହଞ୍ଚିଛନ୍ତି ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ। ଆଜି ରଥାରୂଢ ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି କୋଟିପତି ବ୍ୟବସାୟୀ ଗୌତମ ଆଦାନୀ। ଗତକାଲି ଠାରୁ ଆରମ୍ଭ ହୋଇଥିବା ପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଆରମ୍ଭରେ ଆଦାନୀ ସପରିବାରେ ସାମିଲ ହୋଇଛନ୍ତି।

ଆଜି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚି ସିଧା ପୁରୀ ଅଭିମୁଖେ ଯାତ୍ରା କରିଥିଲେ ଆଦାନୀ। ତେବେ ଆଦାନୀ ପହଞ୍ଚିଲାବେଳକୁ ରଥଟଣା ଶେଷ ହୋଇଯାଇଥିବାରୁ ଶରଧାବାଲିରେ ଗୁଣ୍ଡିଚା ମନ୍ଦିର ସାମ୍ନାରେ ତିନି ଠାକୁରଙ୍କୁ ଦର୍ଶନ କରିଥିଲେ ଆଦାନୀ। ଏହାପରେ ସେ ଭକ୍ତଙ୍କୁ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ମଧ୍ୟ ଅଂଶ ଗ୍ରହଣ କରି ନିଜେ ପ୍ରସାଦ ବାଣ୍ଟିଥିଲେ। ତେବେ ଏହାପରେ ସେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ପୁରୀ ରଥଯାତ୍ରାରେ ଆଦାନୀ ଗ୍ରୁପ ପକ୍ଷରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ସେବା ପ୍ରଦାନ କରାଯିବ। ମହାପ୍ରଭୁ ଜଗନ୍ନାଥଙ୍କ ଏହି ନବଦିନାତ୍ମକ ଯାତ୍ରାରେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏହି ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ ସେବା ଯୋଗାଇଦେବା ଉଦ୍ଦେଶ୍ୟରେ ସେ ଆସିଛନ୍ତି। ଶୁକ୍ରବାର ପୂର୍ବରୁ, ଆଦାନୀ ଗ୍ରୁପ୍ ପୁରୀରେ ପ୍ରଭୁ ଜଗନ୍ନାଥଙ୍କ ଭକ୍ତମାନଙ୍କ ପାଇଁ ‘ପ୍ରସାଦ ସେବା’ ଆୟୋଜନ କରିଥିଲା। ଏହାର ଉଦ୍ଦେଶ୍ୟ ହେଉଛି ପୁରୀକୁ ଆସିଥିବା ଲକ୍ଷ ଲକ୍ଷ ଭକ୍ତଙ୍କୁ ପରିଷ୍କାର ଏବଂ ପୁଷ୍ଟିକର ଖାଦ୍ୟ ଯୋଗାଇବା।

Leave A Reply

Your email address will not be published.