ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

କାଲି ସକାଳ ୯ଟା ୩୦ରେ ପୁଣି ଆରମ୍ଭ ହେବ ରଥଟଣା

0

ପୁରୀ: ଜନସମୁଦ୍ର ଭିତରେ ଆଜି ଅଳ୍ପବାଟ ଯାଏଁ ଟଣାଗଲା ତିନି ରଥ। ବିଳମ୍ବରେ ଟଣାଗଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ରାତି ୭ଟା ୪୫ ମିନିଟରେ ଟଣାଗଲା କାଳିଆ ଠାକୁରଙ୍କ ରଥ। ଅଳ୍ପ ଗଡ଼ିଲା ପରେ ବନ୍ଦ କରାଗଲା ରଥଟଣ। ଏବେ ବି ସିଂହଦ୍ବାର ସମ୍ମୁଖରେ ଅଟକିଛି ନନ୍ଦିଘୋଷ ରଥ।

ତେବେ ନନ୍ଦିଘୋଷ ରଥ ଟଣାରେ ଅହେତୁକ ବିଳମ୍ବର ପ୍ରମୁଖ କାରଣ ସାମ୍ନାକୁ ଆସିଛି। ଏ ସମ୍ପର୍କରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ନିର୍ଦ୍ଧାରିତ ସମୟରେ ସବୁ ନୀତିକାନ୍ତି ଶେଷ ହୋଇଥିଲା। ଅପରାହ୍ନ ୪ଟା ସୁଦ୍ଧା ରଥଟଣା ଆରମ୍ଭ ହୋଇଥିଲା। କିନ୍ତୁ ବଳଭଦ୍ରଙ୍କ ରଥ ମୋଡ଼ ନେବାରୁ ସମୟ ଲାଗିଲା। ଅନୁକୂଳ ପାଗ ଯୋଗୁଁ ଦେଢ଼ ଗୁଣା ଅଧିକ ଭକ୍ତଙ୍କ ସମାଗମ ହୋଇଥିଲା।
ଗତବର୍ଷ ଠାରୁ ଚଳିତବର୍ଷ ଆଶା ଅନୁସାରେ ଏଥର ଅଧିକ ଲୋକ ହୋଇଥିଲେ। କର୍ଡନ୍ ଭିତରେ ଅଧିକ ଲୋକ ପଶିବା ମଧ୍ୟ ଆଉ ଏକ କାରଣ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଅବଗତ କରେଇଥିବା କହିଛନ୍ତି ଆଇନ ମନ୍ତ୍ରୀ। ତେବେ ବିଧି ରକ୍ଷା କରି ନନ୍ଦିଘୋଷ ଅଳ୍ପ ଗଡ଼ିବା ପରେ ରଥଟଣା ବନ୍ଦ କରାଗଲା ବୋଲି ମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ, ରଥଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେ କହିଛନ୍ତି ଯେ, ଆସନ୍ତାକାଲି ସକାଳ ୯ଟା ୩୦ରେ ପୁଣି ଆରମ୍ଭ ହେବ ରଥଟଣା। ଆଜି ବଳଗଣ୍ଡି ଛକରେ ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ଅଟକି ରହିଥିବା ବେଳେ, ସେହିପରି ଟାଉନ୍ ଥାନା ମରିଚିକୋଟରେ ଅଟକି ରହିଲା ମାଆ ସୁଭଦ୍ରାଙ୍କ ଦର୍ପଦଳନ ରଥ।

Leave A Reply

Your email address will not be published.