ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଶରଧାବାଲିରେ ପହଞ୍ଚିଲା ତିନି ରଥ

0

ପୁରୀ: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଗତକାଲି ରଥଟଣାରେ ବିଳମ୍ବ ଯୋଗୁ ଶରଧାବାଲିରେ ପହଞ୍ଚି ପାରିନଥିଲା। ମହାପ୍ରଭୁଙ୍କ ରଥ ବଡଦାଣ୍ଡରେ ମାତ୍ର ୧୦୦ ମିଟର ଗଡି ଅଟକି ରହିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଏବେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପରୂପ ଦୃଶ୍ୟ ଦେଖି ବିମୋହିତ ହୋଇପଡୁଛନ୍ତି।

ଆଜି ସକାଳେ ନିର୍ଦ୍ଦାରିତ ସମୟରେ ରଥଟଣା ଆରମ୍ଭ ହୋଇଥିଲା। ପ୍ରଥମେ ତାଳଧ୍ୱଜ ରଥ ଗଡିବା ପରେ ଦର୍ପଦଳନ ଓ ଶେଷରେ ଆସିଥିଲେ କାଳିଆ ସାଆନ୍ତେ। ମହାପ୍ରଭୁଙ୍କ ରଥକୁ ଭକ୍ତିର ସହ ଟାଣି ନେଇଥିଲେ ଲକ୍ଷାଧିକ ଭକ୍ତ। ଶରଧାବାଲିରେ ପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ୧୧ଟା ୧୫ରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଥିଲା। ଏହାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ପହଞ୍ଚିବା ପରେ ଆସିଥିଲେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ। ଶରଧାବାଲିରେ ରଥ ଲାଗିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ।

Leave A Reply

Your email address will not be published.