ପ୍ରମୁଖ ଖବର

ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା, ଆଗରେ ରେଭେନ୍ସା
ବିଜେପି ରାଜ୍ୟ ସଭାପତି ହେବେ ମନମୋହନ, ଭରିଲେ ନାମାଙ୍କନ
ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ଶରଧାବାଲିରେ ପହଞ୍ଚିଲା ତିନି ରଥ

0

ପୁରୀ: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଗତକାଲି ରଥଟଣାରେ ବିଳମ୍ବ ଯୋଗୁ ଶରଧାବାଲିରେ ପହଞ୍ଚି ପାରିନଥିଲା। ମହାପ୍ରଭୁଙ୍କ ରଥ ବଡଦାଣ୍ଡରେ ମାତ୍ର ୧୦୦ ମିଟର ଗଡି ଅଟକି ରହିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଏବେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପରୂପ ଦୃଶ୍ୟ ଦେଖି ବିମୋହିତ ହୋଇପଡୁଛନ୍ତି।

ଆଜି ସକାଳେ ନିର୍ଦ୍ଦାରିତ ସମୟରେ ରଥଟଣା ଆରମ୍ଭ ହୋଇଥିଲା। ପ୍ରଥମେ ତାଳଧ୍ୱଜ ରଥ ଗଡିବା ପରେ ଦର୍ପଦଳନ ଓ ଶେଷରେ ଆସିଥିଲେ କାଳିଆ ସାଆନ୍ତେ। ମହାପ୍ରଭୁଙ୍କ ରଥକୁ ଭକ୍ତିର ସହ ଟାଣି ନେଇଥିଲେ ଲକ୍ଷାଧିକ ଭକ୍ତ। ଶରଧାବାଲିରେ ପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ୧୧ଟା ୧୫ରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଥିଲା। ଏହାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ପହଞ୍ଚିବା ପରେ ଆସିଥିଲେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ। ଶରଧାବାଲିରେ ରଥ ଲାଗିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ।

Leave A Reply

Your email address will not be published.