ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ପୁରୀରେ ଦଳାଚକଟା ଘଟଣାରେ ବଦଳିଲେ ଜିଲାପାଳ ଓ ଏସପି

0

ଭୁବନେଶ୍ବର: ପୁରୀରେ ଦଳାଚକଟା ଘଟଣାରେ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଏବଂ ପିନାକ ମିଶ୍ରଙ୍କୁ ପୁରୀ ଏସ୍‌ପି ଦାୟିତ୍ଵ ଦିଆଯାଇଛି।

ବଡ଼ କାର୍ଯ୍ୟାନୁଷ୍ଠାନ ଭାବରେ ପୁରୀର ଉଭୟ ଜିଲ୍ଲାପାଳ ଓ ଏସପିଙ୍କୁ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି। ପୂର୍ବରୁ ପୁରୀ ଏସପି ଭାବରେ ବିନୀତ ଅଗ୍ରୱାଲ ଓ ଜିଲ୍ଲାପାଳ ଭାବରେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କାର୍ଯ୍ଯ କରୁଥିଲେ। ସେହିପରି ଡିସିପି ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ ଆଇଏସ୍ ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ଏଥିସହ ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Leave A Reply

Your email address will not be published.