ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଆଇନମନ୍ତ୍ରୀ କହିଲେ ଭିଡ଼ ନିୟନ୍ତ୍ରଣରେ ପୋଲିସ ବିଫଳ

0

ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିର ଆଗରେ ଦଳା ଚକଟାରେ ଚାଲିଗଲା ୩ ଜଣ ଶ୍ରଦ୍ଧାଳୁଙ୍କ ଜୀବନ। ଯାହାକୁ ନେଇ ସାରା ବିଶ୍ବରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଛି ଉଦବେଗ। ଅଘଟଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବହେଳା ପାଇଁ ସେ ପୋଲିସ ପ୍ରଶାସନକୁ ଦାୟୀ କରିଛନ୍ତି।

ସେହିପରି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏକ୍ସରେ ପୋଷ୍ଟ କରି କହିଛନ୍ତି ଏହି ଘଟଣା ପରେ ମୁଁ ଅତ୍ୟନ୍ତ ମର୍ମାହତ, ମହାପ୍ରଭୁ ନିକଟରେ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାରବର୍ଗକୁ ସମବେଦନା ଜଣାଉଛି ବୋଲ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଏପରି ସମୟରେ ତାଙ୍କ ପରିବାରବର୍ଗକୁ ମହାପ୍ରଭୁ ଅସୀମ ଧେର୍ଯ୍ୟ ଦିଅନ୍ତୁ। ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏଥିସହ ସମସ୍ତ ଆହତ ବ୍ୟକ୍ତିମାନଙ୍କ ଆଶୁଆରୋଗ୍ୟ କାମନା କରୁଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ଏଥିସହ ଏହି ଘଟଣାରେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କ୍ଷମା ମାଗିଛନ୍ତି ।

ପୃଥ୍ବୀରାଜ କହିଛନ୍ତି ପୋଲିସ ଭିଡ଼ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛି। ଭିଡ଼ ନିୟନ୍ତ୍ରଣ କରିବା ମନ୍ତ୍ରିସ୍ତରୀୟ କମିଟିର ଦାୟିତ୍ବ ନୁହେଁ। ଅବହେଳାକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନେଇ ଘୋଷଣା କରିବେ।

ଆଗକୁ ସେ କହିଛନ୍ତି, ରାତି ୧୨ଟା ସୁଦ୍ଧା ମହାପ୍ରଭୁଙ୍କର ନୀତିକାନ୍ତି ସରିବା ପରେ ପହଡ଼ ପଡ଼ିଥିଲା। ଦର୍ଶନ ପାଇଁ କିଛି ଭକ୍ତ ତଳେ ଅପେକ୍ଷା କରି ବସିଥିଲେ। ଆଜି ଭୋରୁ ପହଡ଼ ଫିଟିବା ପରେ ଭକ୍ତଙ୍କ ସୁଅ ଛୁଟିଥିଲା। ଭିଡ଼ ସମୟରେ କିଛି ଭକ୍ତ ପଛପଟୁ ଧକ୍କା ଦେଇଥିଲେ। ଠେଲାପେଲାରେ କିଛି ଭକ୍ତ ତଳେ ପଡ଼ି ଯାଇଥିଲେ। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ ପୋଲିସ ଡିଜି ଘଟଣା ସ୍ଥଳରେ ସମୀକ୍ଷା କରିଛନ୍ତି।

Leave A Reply

Your email address will not be published.