ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

ଦଳାଚକଟାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା

0

ଭୁବନେଶ୍ଵର: ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।
ଅନ୍ୟପଟେ ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ସରକାର। ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ଵ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି। ଏହା ସହିତ ଦଳଚକଟାରେ ଅଘଟଣ ପାଇଁ ପୁରୀ ଏସ୍‌ପି ଏବଂ ଜିଲ୍ଲାପାଳଙ୍କୁ ମଧ୍ୟ ବଦଳି କରିଛନ୍ତି।

Leave A Reply

Your email address will not be published.