ଭୁବନେଶ୍ଵର: ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।
ଅନ୍ୟପଟେ ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ସରକାର। ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ଵ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି। ଏହା ସହିତ ଦଳଚକଟାରେ ଅଘଟଣ ପାଇଁ ପୁରୀ ଏସ୍ପି ଏବଂ ଜିଲ୍ଲାପାଳଙ୍କୁ ମଧ୍ୟ ବଦଳି କରିଛନ୍ତି।
ପ୍ରମୁଖ ଖବର
ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍ ୩.୦’
ଟ୍ରକ୍ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ