ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ପୁରୀରେ ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ

0

ପୁରୀ: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ତୃତୀୟ ଦିନରେ ଏକ ବଡ ଧରଣର ଅଘଟଣ ଘଟିଛି ।ଠେଲାପେଲାରେ ଦଳାଚକଟା କାରଣରୁ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା। ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଠେଲାପେଲା ହୋଇ ଏଭଳି ଅଘଟଣ ଘଟିଥିବା ଜଣାପଡିଛି।
ଅଧିକ ଭକ୍ତଙ୍କ ଉପସ୍ଥିତିରୁ ଠେଲାପେଲା ପରସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ୩ ଜଣ ଶ୍ରଦ୍ଧାଳୁ ପ୍ରାଣ ହରାଇଥିଲେ। ଭୋର ୪.୨୦ରେ ଏଭଳି ହୋଇଥିବା ସୂଚନା ମିଳିଛି। ଚାରକାଠ ବୋଝେଇ ଟ୍ରକ ଭକ୍ତଙ୍କ ଭିଡ ମଧ୍ୟରେ ପଶିବା କାରଣରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ପ୍ରତ୍ୟକ୍ଷଦର୍ଶୀଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୫୦ ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି।

ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବାବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଭିଡ ନିୟନ୍ତ୍ରଣ ପାଇଁ ଘଟଣା ସ୍ଥଳରେ ପୋଲିସ କର୍ମୀ ଉପସ୍ଥିତ ନ ଥିବା ପ୍ରକାଶ କରିଛନ୍ତି ପ୍ରତ୍ୟକ୍ଷଦର୍ଶୀ। ପୂର୍ବରୁ ଭିଡ ନିୟନ୍ତ୍ରଣକୁ ନେଇ ସରକାର ଓ ପୋଲିସ ଉପରକୁ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯାହାକୁ ନେଇ ପୋଲିସ ଓ ଜିଲା ପ୍ରଶାସନର ବ୍ୟବସ୍ଥାକୁ ସାଧାରଣରେ ଦାୟୀ କରାଯାଇଛି। ଆହତମାନେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ରେ ଚିକିତ୍ସିତ ହେଉଥିବାବେଳେ ମୃତକଙ୍କ ବ୍ୟବଚ୍ଚେଦ କରାଯାଇଛି । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଥିବା ରଥାରୁଢ଼ ଶ୍ରୀ ବିଗ୍ରହଙ୍କୁ ଭକ୍ତଙ୍କ ଦର୍ଶନ ସମୟରେ ହଠାତ ଠେଲାପେଲା ପରିସ୍ଥିତି ସୃଷ୍ଟି କାରଣରୁ ଭକ୍ତ ତଳେ ପଡ଼ି ଆହତ ହେବା ସହ ୩ ଜଣ ଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.