ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତି, କାଲି ୫ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

0

ପୁରୀ: ଆଜି ରଥ ଉପରେ ନୀତିକାନ୍ତି ଶେଷ ହେବାପରେ ଚାରମାଳ ବନ୍ଧା ହୋଇଥିଲା, ଏହାପରେ ଗୋଟିପହଣ୍ଡିରେ ଶ୍ରୀବିଗ୍ରହମାନେ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ସୋମବାରଠାରୁ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଆଡ଼ପମଣ୍ଡପରେ ଦର୍ଶନ ଦେବେ। ସେହିପରି ସୋମବାରଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ପାଇବେ।

ପରମ୍ପରା ଅନୁଯାୟୀ, ଠାକୁରମାନେ ପହଣ୍ଡି ପାଇଁ ରଥ ସିଂହାସନ ଛାଡ଼ି ହଂସପଟା ନିକଟକୁ ଆସିବା ପରେ ଟାହିଆ ଲାଗି କରାଯାଇଥିଲା। ପତିମହାପାତ୍ର ସେବକ ଘଷା ଓ ବିଡ଼ିଆ ମଣୋହୀ ସହ ଆଳତି କରିଥିଲେ। ପରେ ପହଣ୍ଡି ହୋଇ ଠାକୁରମାନେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଘଣ୍ଟ, ସଂକୀର୍ତ୍ତନ, ହରିବୋଲ, ହୁଳହୁଳି ଧ୍ୱନିରେ ଶରଧାବାଲି ପ୍ରକମ୍ପିତ ହୋଇଉଠିଥିଲା।
ଶ୍ରୀସୁଦର୍ଶନ ପ୍ରଥମେ ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି। ଶ୍ରୀସୁଦର୍ଶନଙ୍କ ପରେ ବଡ଼ଠାକୁର ଜନ୍ମବେଦିକୁ ବିରାଜମାନ କରିଛନ୍ତି। ଏହା ପରେ ଦେବୀ ମା’ ସୁଭଦ୍ରା ମଧ୍ୟ ଆଡ଼ପ ବିଜେ କରିଥିଲେ । ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରାଯାଇଥିଲା।

Leave A Reply

Your email address will not be published.