ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତି, କାଲି ୫ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

0

ପୁରୀ: ଆଜି ରଥ ଉପରେ ନୀତିକାନ୍ତି ଶେଷ ହେବାପରେ ଚାରମାଳ ବନ୍ଧା ହୋଇଥିଲା, ଏହାପରେ ଗୋଟିପହଣ୍ଡିରେ ଶ୍ରୀବିଗ୍ରହମାନେ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ସୋମବାରଠାରୁ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଆଡ଼ପମଣ୍ଡପରେ ଦର୍ଶନ ଦେବେ। ସେହିପରି ସୋମବାରଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ପାଇବେ।

ପରମ୍ପରା ଅନୁଯାୟୀ, ଠାକୁରମାନେ ପହଣ୍ଡି ପାଇଁ ରଥ ସିଂହାସନ ଛାଡ଼ି ହଂସପଟା ନିକଟକୁ ଆସିବା ପରେ ଟାହିଆ ଲାଗି କରାଯାଇଥିଲା। ପତିମହାପାତ୍ର ସେବକ ଘଷା ଓ ବିଡ଼ିଆ ମଣୋହୀ ସହ ଆଳତି କରିଥିଲେ। ପରେ ପହଣ୍ଡି ହୋଇ ଠାକୁରମାନେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଘଣ୍ଟ, ସଂକୀର୍ତ୍ତନ, ହରିବୋଲ, ହୁଳହୁଳି ଧ୍ୱନିରେ ଶରଧାବାଲି ପ୍ରକମ୍ପିତ ହୋଇଉଠିଥିଲା।
ଶ୍ରୀସୁଦର୍ଶନ ପ୍ରଥମେ ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି। ଶ୍ରୀସୁଦର୍ଶନଙ୍କ ପରେ ବଡ଼ଠାକୁର ଜନ୍ମବେଦିକୁ ବିରାଜମାନ କରିଛନ୍ତି। ଏହା ପରେ ଦେବୀ ମା’ ସୁଭଦ୍ରା ମଧ୍ୟ ଆଡ଼ପ ବିଜେ କରିଥିଲେ । ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରାଯାଇଥିଲା।

Leave A Reply

Your email address will not be published.