ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର

0

ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର। ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ। କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାର ଅଫିସର ମାନେ ଛୁଟିରେ ଗଲେ। ଏନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଶିବ ଟପ୍ପୋ।

ସୂଚନାଯୋଗ୍ୟ, ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ଚାରି ରୁ ଛଅ ଜଣ ଯୁବକ ମରାଣାତ୍ମକ ଆକ୍ରମଣ ହୋଇଛି। ସାପ୍ତାହିକ ଜନଶୁଣାଣି ସମୟରେ କିଛି ବ୍ୟକ୍ତି ତାଙ୍କ କାର୍ଯ୍ୟାଳୟକୁ ପଶି ତାଙ୍କୁ ଗାଳିଗୁଳଜ କରିବା ସହ ଘୋଷାଡ଼ି ବାହାରକୁ ଆଣି ମାଡ଼ ସହ ଗୋଇଠା ମାଡ ମଧ୍ୟ ମାରିଥିଲେ । ଯାହାର ଭିଡିଓ ଭାଇରାଲ ହୋଇଥିଲା।

ଏହି ଘଟଣା ସମ୍ପର୍କରେ ଅଫିସର ରତ୍ନାକର ଖାରବେଳ ନଗର ଥାନାରେ ଏକ ଏଫଆଇଆର ଦେଇଛନ୍ତି। ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତିନିଜଣ ଅଭିଯୁକ୍ତ, ଜୀବନ ରାଉତ, ରଶ୍ମି ରଞ୍ଜନ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଛି। ଆଜି ଏହି ଘଟଣାରେ ବିଜେପି ରାଜ୍ୟ ସଭାପତି ୫ଜଣଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି।

Leave A Reply

Your email address will not be published.