ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର

0

ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର। ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ। କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାର ଅଫିସର ମାନେ ଛୁଟିରେ ଗଲେ। ଏନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଶିବ ଟପ୍ପୋ।

ସୂଚନାଯୋଗ୍ୟ, ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ଚାରି ରୁ ଛଅ ଜଣ ଯୁବକ ମରାଣାତ୍ମକ ଆକ୍ରମଣ ହୋଇଛି। ସାପ୍ତାହିକ ଜନଶୁଣାଣି ସମୟରେ କିଛି ବ୍ୟକ୍ତି ତାଙ୍କ କାର୍ଯ୍ୟାଳୟକୁ ପଶି ତାଙ୍କୁ ଗାଳିଗୁଳଜ କରିବା ସହ ଘୋଷାଡ଼ି ବାହାରକୁ ଆଣି ମାଡ଼ ସହ ଗୋଇଠା ମାଡ ମଧ୍ୟ ମାରିଥିଲେ । ଯାହାର ଭିଡିଓ ଭାଇରାଲ ହୋଇଥିଲା।

ଏହି ଘଟଣା ସମ୍ପର୍କରେ ଅଫିସର ରତ୍ନାକର ଖାରବେଳ ନଗର ଥାନାରେ ଏକ ଏଫଆଇଆର ଦେଇଛନ୍ତି। ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତିନିଜଣ ଅଭିଯୁକ୍ତ, ଜୀବନ ରାଉତ, ରଶ୍ମି ରଞ୍ଜନ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଛି। ଆଜି ଏହି ଘଟଣାରେ ବିଜେପି ରାଜ୍ୟ ସଭାପତି ୫ଜଣଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି।

Leave A Reply

Your email address will not be published.