ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁଯାୟୀ, ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୪ରେ ଭୁବନେଶ୍ୱର ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ତା ପରଦିନ ୧୫ ତାରିଖରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି। କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ। ଏଥିସହିତ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ପରେ କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ। ୧୪, ୧୫ କାର୍ଯ୍ୟକ୍ରମ ପରେ ସେ ପୁଣି ସେଇଦିନ ଦିଲ୍ଲୀ ଫେରିପାରନ୍ତି।

Leave A Reply

Your email address will not be published.