ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଯୋଡ଼ାରେ ଖଣିରୁ ମାଟି ଅତଡ଼ା ଧସି ୩ ମୃତ

0

କେନ୍ଦୁଝର: ଯୋଡ଼ାରେ ଏକ ବଡ଼ ଅଘଟଣ ଘଟିଛି। ଖଣିରୁ ମାଟି ଅତଡ଼ା ଧସି ୩ ଜଣଙ୍କ ମୃତ୍ୟୁ ହୋଇଛି ଓ କିଛି ଲୋକ ଆହତ ହୋଇଥିବା ଜଣାପଡିଛି । କେନ୍ଦୁଝର ଯୋଡ଼ା ଥାନା ବିଛାକୁଣ୍ଡି ଦଲପାହାଡ଼ରେ ଘଟିଛି ଏହି ବଡ଼ ଅଘଟଣ। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା କାରଣରୁ ମାଟି ଅତଡ଼ା ଧସିଛି। ମୃତ ବ୍ୟକ୍ତିମାନେ ହେଲେ ବିଚାକୁଣ୍ଡି ଅଞ୍ଚଳର ସନ୍ଦୀପ ପୂର୍ତ୍ତି, ଗୁରୁ ଚମ୍ପିଆ ଏବଂ କାଣ୍ଡେ ମୁଣ୍ଡା ବୋଲି ଜଣାପଡିଛି।
ସୂଚନାନୁସାରେ, ମଙ୍ଗଳବାର ଅପରାହ୍ନ ସମୟରେ ମାଙ୍ଗାନିଜ୍ ଚୋରା ଉତ୍ତୋଳନ ବେଳେ ଏହି ଅଘଟଣ ଘଟିଥିଲା। ଗତକାଲି ମାଟି ଅତଡ଼ା ଖସି ଶ୍ରମିକ ଚାପି ହୋଇଯାଇଥିଲେ। ଗତକାଲି ପ୍ରବଳ ବର୍ଷା ଜାରି ରହିଥିଲା। ବର୍ଷା ଓ ଅନ୍ଧାର ଯୋଗୁଁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ୬ ଘଣ୍ଟା ପରେ ଉଦ୍ଧାର ହୋଇଛି ୩ଜଣଙ୍କ ମୃତଦେହ। ଘଟଣାସ୍ଥଳରେ ପୋଲିସ ଏବଂ ବନ ବିଭାଗର ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Leave A Reply

Your email address will not be published.